ପୁରୀ ଜିଲାର ୮୮ ଗାଁ ସୁନାମିପ୍ରବଣ

ପୁରୀ ଅଫିସ, ୯।୧୦: ନୀଳାଦ୍ରି ବେଳାଭୂମିରେ ଶୁକ୍ରବାର ସୁନାମି ମୁକାବିଲା ପ୍ରସ୍ତୁତି ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଡ. ଭୋଳାନାଥ ମିଶ୍ର ଯୋଗଦେଇଥିଲେ। ସେ କହିଥିଲେ, ଉପକୂଳବର୍ତ୍ତୀ ଗଞ୍ଜାମ, ଗୋପାଳପୁର, ପୁରୀ, କୋଣାର୍କ, ପାରାଦୀପ ଭଳି ୫ଟି ସହର ଓ ୩୩୦ଟି ଗ୍ରାମ ସୁନାମିପ୍ରବଣ ଭାବେ ଚିହ୍ନଟ କରାଯାଇଛି। ସେହିଭଳି ପୁରୀ ଜିଲାର କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁରୀ ସଦର, ଗୋପ, କାକଟପୁର, ଅସ୍ତରଙ୍ଗ, କୋଣାର୍କ ବିଜ୍ଞାପିତ ଅଞ୍ଚଳ ଓ ପୁରୀ ପୌରାଞ୍ଚଳ ଅଧୀନ ୮୮ଟି ଗ୍ରାମ ସୁନାମି ପ୍ରବଣ। ସୁନାମି ଆଶଙ୍କା ଦେଖାଗଲେ ନିରାପଦ ରାସ୍ତା ଦେଇ ଉପକୂଳରୁ ଦୁଇ କିଲୋମିଟର ଦୂର ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ସେ ପରାମର୍ଶ ଦେଇଥିଲେ। ଆଗୁଆ ସୂଚନା ପାଇଁ ରାଜ୍ୟର ୧୨୨ଟି ସ୍ଥାନରେ ସାଇରନ ବ୍ୟବସ୍ଥା କରାଯାଇଛି। ସେଥିମଧ୍ୟରୁ ପୁରୀର ପେଣ୍ଠକଟା ବାତ୍ୟା ଆଶ୍ରୟସ୍ଥଳୀ, ସମୁଦ୍ରକୂଳ ଓ ବଳିଆପଣ୍ଡା ଥାନା ଅଞ୍ଚଳର ୩ଟି ସ୍ଥାନ ସହ ଜିଲାର ୨୬ଟି ଜାଗାରେ ଏହି ସାଇରନ ବ୍ୟବସ୍ଥା ରହିଛି। କାର୍ଯ୍ୟକ୍ରମରେ ପୌରସଂସ୍ଥା ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ ଯୋଗଦେଇ ସୁନାମି ପ୍ରସ୍ତୁତି ସମ୍ପର୍କରେ ଅବଗତ କରାଇଥିଲେ। ଏ ସଂକ୍ରାନ୍ତ ଯୋଜନା ପ୍ରସ୍ତୁତ କରି ପ୍ରଶାସନକୁ ଜଣାଇବାକୁ ଉପସ୍ଥିତ ହୋଟେଲ ମାଲିକମାନଙ୍କୁ ସେ ପରାମର୍ଶ ଦେଇଥିଲେ। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ବିରଜା ଶଙ୍କର ରଥ, ଜିଲା ଜରୁରିକାଳୀନ ଅଧିକାରୀ ଜିତେନ୍ଦ୍ର କୁମାର ପାତ୍ର, ଓସ୍‌ଡମା ଜିଲା ପ୍ରକଳ୍ପ ଅଧିକାରୀ ସୁକାନ୍ତ କୁମାର ଦାଶ, ଫିଡ୍‌ବ୍ୟାକ୍‌ ଫାଉଣ୍ଡେଶନ କର୍ମକର୍ତ୍ତା ଜ୍ୟୋତି ପ୍ରକାଶ ଏବଂ ସ୍ବତନ୍ତ୍ର ଅଧିକାରୀ ସନ୍ତୋଷ କୁମାର ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ସେହିପରି ସରକାରୀ କର୍ମଚାରୀ, ହୋଟେଲ ବ୍ୟବସାୟୀ, ସମୁଦ୍ରକୂଳ ଉଠାଦୋକାନୀ ଓ ମତ୍ସ୍ୟଜୀବୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri