ପୁରୀ ଜିଲାର ୮୮ ଗାଁ ସୁନାମିପ୍ରବଣ

ପୁରୀ ଅଫିସ, ୯।୧୦: ନୀଳାଦ୍ରି ବେଳାଭୂମିରେ ଶୁକ୍ରବାର ସୁନାମି ମୁକାବିଲା ପ୍ରସ୍ତୁତି ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଡ. ଭୋଳାନାଥ ମିଶ୍ର ଯୋଗଦେଇଥିଲେ। ସେ କହିଥିଲେ, ଉପକୂଳବର୍ତ୍ତୀ ଗଞ୍ଜାମ, ଗୋପାଳପୁର, ପୁରୀ, କୋଣାର୍କ, ପାରାଦୀପ ଭଳି ୫ଟି ସହର ଓ ୩୩୦ଟି ଗ୍ରାମ ସୁନାମିପ୍ରବଣ ଭାବେ ଚିହ୍ନଟ କରାଯାଇଛି। ସେହିଭଳି ପୁରୀ ଜିଲାର କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁରୀ ସଦର, ଗୋପ, କାକଟପୁର, ଅସ୍ତରଙ୍ଗ, କୋଣାର୍କ ବିଜ୍ଞାପିତ ଅଞ୍ଚଳ ଓ ପୁରୀ ପୌରାଞ୍ଚଳ ଅଧୀନ ୮୮ଟି ଗ୍ରାମ ସୁନାମି ପ୍ରବଣ। ସୁନାମି ଆଶଙ୍କା ଦେଖାଗଲେ ନିରାପଦ ରାସ୍ତା ଦେଇ ଉପକୂଳରୁ ଦୁଇ କିଲୋମିଟର ଦୂର ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ସେ ପରାମର୍ଶ ଦେଇଥିଲେ। ଆଗୁଆ ସୂଚନା ପାଇଁ ରାଜ୍ୟର ୧୨୨ଟି ସ୍ଥାନରେ ସାଇରନ ବ୍ୟବସ୍ଥା କରାଯାଇଛି। ସେଥିମଧ୍ୟରୁ ପୁରୀର ପେଣ୍ଠକଟା ବାତ୍ୟା ଆଶ୍ରୟସ୍ଥଳୀ, ସମୁଦ୍ରକୂଳ ଓ ବଳିଆପଣ୍ଡା ଥାନା ଅଞ୍ଚଳର ୩ଟି ସ୍ଥାନ ସହ ଜିଲାର ୨୬ଟି ଜାଗାରେ ଏହି ସାଇରନ ବ୍ୟବସ୍ଥା ରହିଛି। କାର୍ଯ୍ୟକ୍ରମରେ ପୌରସଂସ୍ଥା ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ ଯୋଗଦେଇ ସୁନାମି ପ୍ରସ୍ତୁତି ସମ୍ପର୍କରେ ଅବଗତ କରାଇଥିଲେ। ଏ ସଂକ୍ରାନ୍ତ ଯୋଜନା ପ୍ରସ୍ତୁତ କରି ପ୍ରଶାସନକୁ ଜଣାଇବାକୁ ଉପସ୍ଥିତ ହୋଟେଲ ମାଲିକମାନଙ୍କୁ ସେ ପରାମର୍ଶ ଦେଇଥିଲେ। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ବିରଜା ଶଙ୍କର ରଥ, ଜିଲା ଜରୁରିକାଳୀନ ଅଧିକାରୀ ଜିତେନ୍ଦ୍ର କୁମାର ପାତ୍ର, ଓସ୍‌ଡମା ଜିଲା ପ୍ରକଳ୍ପ ଅଧିକାରୀ ସୁକାନ୍ତ କୁମାର ଦାଶ, ଫିଡ୍‌ବ୍ୟାକ୍‌ ଫାଉଣ୍ଡେଶନ କର୍ମକର୍ତ୍ତା ଜ୍ୟୋତି ପ୍ରକାଶ ଏବଂ ସ୍ବତନ୍ତ୍ର ଅଧିକାରୀ ସନ୍ତୋଷ କୁମାର ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ସେହିପରି ସରକାରୀ କର୍ମଚାରୀ, ହୋଟେଲ ବ୍ୟବସାୟୀ, ସମୁଦ୍ରକୂଳ ଉଠାଦୋକାନୀ ଓ ମତ୍ସ୍ୟଜୀବୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri