ବିଓଏମ୍‌ର ୮୯ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୮।୯: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ୮୯ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ବିଭିନ୍ନ ପ୍ରମୁଖ ବିଭାଗ ଓ ହିତାଧିକାରୀଙ୍କ ସହ ଏକ ଋଣନୀତିକ ବୈଠକର ଅନୁଷ୍ଠିତ ହୋଇଯାଇଛି। ସେହିଭଳି ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଏକ୍ସପୋର୍ଟ ଅର୍ଗାନାଇଜେଶନ (ଫିଓ)ର ସକ୍ରିୟ ସହଯୋଗରେ ଏକ୍ସପୋଟର୍ସମାନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଥିଲା। ଅପରପକ୍ଷରେ ‘ଏକ୍ସପୋର୍ଟ ଓରିଏଣ୍ଟେଡ୍‌ ଦକ୍ଷତା ବିକାଶ’ ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଦିନିକିଆ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।

ବିଓଏମ୍‌ ଭୁବନେଶ୍ୱର ଅଞ୍ଚଳର ଅଞ୍ଚଳ ପ୍ରବନ୍ଧକ ଆଲୋକ କୁମାର ମିଶ୍ର ରପ୍ତାନିକାରୀଙ୍କୁ ସମ୍ବୋଧିତ କରିବା ସହ ବ୍ୟାଙ୍କର ସଫଳ ପ୍ରଦର୍ଶନ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ରାଜ୍ୟରେ ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର ସମୁଦାୟ ୪୯ଟି ଶାଖା ରହିଛି ଏବଂ ବ୍ୟାଙ୍କ ଅକ୍ଟୋବର ୨୦୨୩ ସୁଦ୍ଧା ୩ଟି ଶାଖା ଏବଂ ଆର୍ଥିକ ବର୍ଷ ୨୦୨୩-୨୪ ସୁଦ୍ଧା ୯ ଶାଖା ଖୋଲିବାକୁ ଯୋଜନା ରଖିଛି।

ବ୍ୟାଙ୍କ ସହ ସକ୍ରିୟ ଭାବେ ଜଡିତ ରହି ରାଜ୍ୟବାସୀଙ୍କୁ ସେବା ପ୍ରଦାନ କରିବାର ସୁଯୋଗ ପ୍ରଦାନ କରୁଥିବାରୁ ନୀତି ନିର୍ଣ୍ଣାୟକମାନଙ୍କୁ ବ୍ୟାଙ୍କ ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଉଛି। ବ୍ୟାଙ୍କ ଏହାର ପ୍ରୟାସରେ ସରକାରଙ୍କୁ ସେବା ଯୋଗାଇବା ପାଇଁ ବିଭିନ୍ନ ଡିଜିଟାଇଜେଶନ ପଦକ୍ଷେପ ଗ୍ରହଣ କରୁଛି। ରୂପେଶ ବିଶ୍ୱାସ, ସହାୟକ ମହାପ୍ରବନ୍ଧକ, ଫରେକ୍ସ ମାର୍କେଟିଂ, ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର ରପ୍ତାନିକାରୀଙ୍କ ପାଇଁ ବ୍ୟାଙ୍କର ସୁପରିକଳ୍ପିତ ଯୋଜନା ଏବଂ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ସୁବିଧା ବିଷୟରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri