Posted inଜାତୀୟ

ଆସାମ ବନ୍ୟାରେ ୮ ମୃତ, ୨ ଲକ୍ଷ ପ୍ରଭାବିତ

ଗୁଆହାଟୀ,୧୮।୫: ପ୍ରାକ୍‌ ମୌସୁମୀ ବର୍ଷାରେ ଆସାମର ବିଭିନ୍ନ ନଦୀରେ ପ୍ରବଳ ବନ୍ୟା ଆସି ୨୪ ଜିଲା କ୍ଷତିଗ୍ରସ୍ତ ହୋଇଛି। ବନ୍ୟାଜନିତ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଚାଚରରେ ଅନ୍ୟ ୬ ଜଣ ନିଖୋଜ ଅଛନ୍ତି। ୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟାରେ ପ୍ରଭାବିତ ହୋଇଥିବା ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏଏସ୍‌ଡିଏମ୍‌ଏ) ସୂଚନା ଦେଇଛନ୍ତି। ୨୪ ଜିଲାର ୮୧୧ ଗ୍ରାମରେ ୬,୫୪୦ ଘର ସମ୍ପୂର୍ଣ୍ଣ କିମ୍ବା ଆଂଶିକ ଭାଙ୍ଗିଛି। ୭୨ ରିଲିଫ୍‌ କ୍ୟାମ୍ପରେ ୩୩,୩୦୦ରୁ ଅଧିକ ଲୋକ ଆଶ୍ରୟ ନେଇଛନ୍ତି।
ଡିମା-ହସାଓ ଜିଲାରେ ଥିବା ହିଲ୍‌ ଷ୍ଟେଶନ ଅତ୍ୟନ୍ତ ସଙ୍କଟାପନ୍ନ ସ୍ଥିତିରେ ରହିଛି। ପ୍ରବଳ ବର୍ଷା ଯୋଗୁ ଲୁମଡିଙ୍ଗ୍‌-ବଦରପୁର ସିଙ୍ଗଲ୍‌ ରେଳଲାଇନ କ୍ଷତିଗ୍ରସ୍ତ ହୋଇଛି। ଏହି ରେଳଲାଇନ ଆସାମ ସମେତ ତ୍ରିପୁରା, ମିଜୋରାମ ଓ ମଣିପୁରକୁ ଦେଶର ଅନ୍ୟ ଭାଗ ସହ ଯୋଡ଼ୁଥିବାବେଳେ ବନ୍ୟା ଯୋଗୁ ୪ ଦିନ ହେଲା ରେଳ ଚଳାଚଳ ବନ୍ଦ ରହିଛି। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ପାଇଛି। ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ ହାଫ୍‌ଲଙ୍ଗ ଷ୍ଟେଶନ ପାଣିରେ ସମ୍ପୂର୍ଣ୍ଣ ବୁଡ଼ିଯାଇଛି। ପ୍ରବଳ ଜଳସ୍ରୋତରେ ଉକ୍ତ ଷ୍ଟେଶନରେ ଅଟକିଥିବା ଏକ ଟ୍ରେନ୍‌ର କେତେକ ବଗି ଓଲଟି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri