୮ଜଣଙ୍କୁ ଓଡ଼ିଶା ଲଳିତକଳା ଏକାଡେମୀ ପୁରସ୍କାର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀର ୩୯ତମ ପୁରସ୍କାର ପ୍ରଦାନ ଉତ୍ସବ ଶୁକ୍ରବାର ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୮ଜଣ ଚିତ୍ରଶିଳ୍ପୀଙ୍କୁ ‘ଓଡ଼ିଶା ଲଳିତ କଳା ପୁରସ୍କାର-୨୦୨୧’ ଓ ୪ଜଣଙ୍କୁ ‘ରାଜ୍ୟସ୍ତରୀୟ ଫଟୋଗ୍ରାଫି ପୁରସ୍କାର-୨୦୨୦’ ପ୍ରଦାନ କରାଯାଇଛି। ‘ସୃଜନଶୀଳ ଚିତ୍ର’ରେ ଅନୁପ କୁମାର ଚାନ୍ଦ, ସୂର୍ଯ୍ୟକାନ୍ତ ସ୍ବାଇଁ ଓ ଜ୍ୟୋତି ପ୍ରକାଶ ସେଠୀ, ‘ଭାସ୍କର୍ଯ୍ୟ’ରେ ବିଶ୍ୱରଞ୍ଜନ କର ଓ ସୁଧିରଞ୍ଜନ ମହାରଥା, ‘ମୁଦ୍ରଣ କଳା’ରେ ସୁଜିତ କୁମାର ସ୍ବାଇଁ ଓ ବିକାଶ ଚନ୍ଦ୍ର ସେନାପତି ଏବଂ ‘ପାରମ୍ପରିକ କଳା’ରେ ପ୍ରମୋଦ କୁମାର ମହାରଣା ଏକାଡେମୀ ପୁରସ୍କାର ପାଇଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ପୁରସ୍କାର ରାଶି ସ୍ବରୂପ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କାର ଚେକ୍‌, ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯାଇଛି। ସେହିଭଳି ସଞ୍ଜିତ ପଟ୍ଟନାୟକ, ନିରଞ୍ଜନ ପଣ୍ଡା, ଉଦୟନ ସାରଥି ବେହେରା ଓ ମନୀଷ ରଞ୍ଜନ ସାହୁଙ୍କୁ ‘ରାଜ୍ୟସ୍ତରୀୟ ଫଟୋଗ୍ରାଫି ପୁରସ୍କାର’ ପ୍ରଦାନ କରାଯାଇଛି। ପୁରସ୍କାର ବାବଦକୁ ୫୦ହଜାର ଟଙ୍କାର ଚେକ୍‌ ସହ ମାନପତ୍ର ଓ ଉପଢ଼ୌକନ ଦିଆଯାଇଛି। ଏଥିସହ ୮ଜଣଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ବାବଦରେ ଉପଢ଼ୌକନ, ମାନପତ୍ର ସହ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସମ୍ମାନିତ ଅତିଥି ଭାବେ ବିଭାଗୀୟ ଶାସନ ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇ, ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ, ଓଡ଼ିଶା ଲଳିତ କଳା ଏକାଡେମୀ ସଭାପତି ତଥା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ଏକାଡେମୀର ଓଏସ୍‌ଡି ମନସ୍ବିନୀ ସାହୁ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଏକାଡେମୀ ସଚିବ ପଞ୍ଚାନନ ସାମଲ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri