୮ଜଣଙ୍କୁ ଓଡ଼ିଶା ଲଳିତକଳା ଏକାଡେମୀ ପୁରସ୍କାର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀର ୩୯ତମ ପୁରସ୍କାର ପ୍ରଦାନ ଉତ୍ସବ ଶୁକ୍ରବାର ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୮ଜଣ ଚିତ୍ରଶିଳ୍ପୀଙ୍କୁ ‘ଓଡ଼ିଶା ଲଳିତ କଳା ପୁରସ୍କାର-୨୦୨୧’ ଓ ୪ଜଣଙ୍କୁ ‘ରାଜ୍ୟସ୍ତରୀୟ ଫଟୋଗ୍ରାଫି ପୁରସ୍କାର-୨୦୨୦’ ପ୍ରଦାନ କରାଯାଇଛି। ‘ସୃଜନଶୀଳ ଚିତ୍ର’ରେ ଅନୁପ କୁମାର ଚାନ୍ଦ, ସୂର୍ଯ୍ୟକାନ୍ତ ସ୍ବାଇଁ ଓ ଜ୍ୟୋତି ପ୍ରକାଶ ସେଠୀ, ‘ଭାସ୍କର୍ଯ୍ୟ’ରେ ବିଶ୍ୱରଞ୍ଜନ କର ଓ ସୁଧିରଞ୍ଜନ ମହାରଥା, ‘ମୁଦ୍ରଣ କଳା’ରେ ସୁଜିତ କୁମାର ସ୍ବାଇଁ ଓ ବିକାଶ ଚନ୍ଦ୍ର ସେନାପତି ଏବଂ ‘ପାରମ୍ପରିକ କଳା’ରେ ପ୍ରମୋଦ କୁମାର ମହାରଣା ଏକାଡେମୀ ପୁରସ୍କାର ପାଇଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ପୁରସ୍କାର ରାଶି ସ୍ବରୂପ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କାର ଚେକ୍‌, ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯାଇଛି। ସେହିଭଳି ସଞ୍ଜିତ ପଟ୍ଟନାୟକ, ନିରଞ୍ଜନ ପଣ୍ଡା, ଉଦୟନ ସାରଥି ବେହେରା ଓ ମନୀଷ ରଞ୍ଜନ ସାହୁଙ୍କୁ ‘ରାଜ୍ୟସ୍ତରୀୟ ଫଟୋଗ୍ରାଫି ପୁରସ୍କାର’ ପ୍ରଦାନ କରାଯାଇଛି। ପୁରସ୍କାର ବାବଦକୁ ୫୦ହଜାର ଟଙ୍କାର ଚେକ୍‌ ସହ ମାନପତ୍ର ଓ ଉପଢ଼ୌକନ ଦିଆଯାଇଛି। ଏଥିସହ ୮ଜଣଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ବାବଦରେ ଉପଢ଼ୌକନ, ମାନପତ୍ର ସହ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସମ୍ମାନିତ ଅତିଥି ଭାବେ ବିଭାଗୀୟ ଶାସନ ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇ, ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ, ଓଡ଼ିଶା ଲଳିତ କଳା ଏକାଡେମୀ ସଭାପତି ତଥା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ଏକାଡେମୀର ଓଏସ୍‌ଡି ମନସ୍ବିନୀ ସାହୁ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଏକାଡେମୀ ସଚିବ ପଞ୍ଚାନନ ସାମଲ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri