ବାହାରିଥିଲେ ସ୍କୁଲ, ପୋଖରୀରେ ବୁଡି ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଭୁବନେଶ୍ୱର,୨।୧୦ (ସୂର୍ଯ୍ୟକାନ୍ତ ବେହେରା) : ଗାନ୍ଧୀ ଜୟନ୍ତୀରେ ରାଜଧାନୀରେ ଏକ ଅଭାବନୀୟ ଘଟଣା ଘଟିଛି। ସାଙ୍ଗମାନଙ୍କ ସହ ପୋଖରୀରେ ଗାଧୋଉଥିବା ବେଳେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ବୁଡି ଯିବାରୁ ତାଙ୍କର ମୃତ୍ୟୁ ଘଟିଛି । ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାର ନୀଳାକାନ୍ତଶ୍ୱର ମନ୍ଦିର ନିକଟରେ ଅବସ୍ଥିତ ପୋଖରୀରେ ଏହି ଅଘଟଣ ଘଟିଛି । ମୃତ ଛାତ୍ର ବରମୁଣ୍ଡା ମ୍ୟୁନିସିପାଲିଟି କର୍ପୋରେସନ ହାଇସ୍କୁଲର ଛାତ୍ର ଓମ୍‌ ପ୍ରକାଶ ପ୍ରଧାନ ବୋଲି ଜଣାପଡିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି ।
ସୂଚନାଯୋଗ୍ୟ, ସୋମବାର ଗାନ୍ଧୀ ଜୟନ୍ତୀ ପଡିବାରୁ ଓମ ଓ ତାଙ୍କ ତିନି ଜଣ ସାଙ୍ଗ ସ୍କୁଲ ଯିବା ପାଇଁ ହଷ୍ଟେଲରୁ ବାହାରିଥିଲେ । ହେଲେ ସ୍କୁଲ ଯିବା ବଦଳରେ ଓମ୍‌ ଏବଂ ତାଙ୍କ ସାଙ୍ଗମାନେ ମନ୍ଦିର ନିକଟରେ ଅବସ୍ଥିତ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । କିଛି ସମୟ ଗାଧୋଇବା ପରେ ଓମ୍‌ଙ୍କ ପାଦ ଖସି ଯିବାରୁ ସେ ପାଣିରେ ବୁଡି ଯାଇଥିଲେ । ସେଠାରେ ଉପସ୍ଥିତ ଥିବା ମହିଳାମାନେ ଦେଖି ସଙ୍ଗେସଙ୍ଗେ ଲୋକଙ୍କୁ ଖବର ଦେଇଥିଲେ । ଖବରପାଇ ସ୍ଥାନୀୟ ଲୋକେ ଓମଙ୍କୁ ପାଣିରୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅପରପକ୍ଷେ ଉଦ୍ଧାର ବେଳେ ଓମ୍‌ଙ୍କ ନାକରୁ ରକ୍ତ ବାହାରିଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri