ବଢ଼ିପାଣିରେ ଭାସିଗଲେ ଅଷ୍ଟମ ଶ୍ରେଣୀ ଛାତ୍ର

ଢେଙ୍କିକୋଟ,୧୭ା୭(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍‌ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ଭୋଳବେଡ଼ା ପଞ୍ଚାୟତ ରାଇକୁଦୁରରେ ବନ୍ୟାପାଣି ଦେଖିବାକୁ ଯାଇଥିବା ଜଣେ ଛାତ୍ର ଭାସିଯାଇ ମୃତ୍ୟୁବରଣ କରିଛନ୍ତି। ମୃତ ଛାତ୍ର ଜଣକ ହେଲେ କାଶୀସାହି ଚତୁରା ନାୟକଙ୍କ ପୁଅ ସଞ୍ଜୀବ କୁମାର ନାୟକ (୧୪)। ସେ ମନହରପୁର ପଞ୍ଚାୟତ ଡାଙ୍ଗୁଆ ଆଶ୍ରମ ସ୍କୁଲରେ ୮ମ ଶ୍ରେଣୀରେ ପଢ଼ୁଥିଲେ।

ପ୍ରକାଶ ଯେ, ସଞ୍ଜୀବ ଗୁରୁବାର ଘର ନିକଟ ଦେଇ ଯାଇଥିବା କାଶିଆ ନାଳକୁ ବଢ଼ିପାଣି ଦେଖିବାକୁ ଯାଇଥିଲେ। ପୋଲ ଉପରେ ସାଇକେଲରେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ନାଳକୁ ସାଇକେଲ ସହ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଢେଙ୍କିକୋଟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ କୌଣସି ସୁବିଧା ନ ଥିବାରୁ ତାଙ୍କୁ ଘଟଗଁଁା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ଖବର ପାଇ ଘଟଗାଁ ଥାନା ଆଇଆଇସି ପ୍ରଶାନ୍ତ ସାମଲଙ୍କ ନିର୍ଦ୍ଦେଶ କ୍ରମେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତଦେହ ପାଟଣା ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?