କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ । ବିଭିନ୍ନ ରାଜ୍ୟରେ ବୈଠକ ଅନୁଷ୍ଠିତ ହେଉଛି, ବିଭିନ୍ନ ଦିଗରେ ବିଚାର ବିମର୍ସ ମଧ୍ୟ କରାଯାଉଛି । କର୍ମଚାରୀ ସଂଗଠନ ଗୁଡିକ ବେତନ କମିଶନ ସମ୍ମୁଖରେ ନିଜର ସମସ୍ତ ଦାବି ପ୍ରକାଶ କରୁଛି ।

ଏହି ପରିପ୍ରେକ୍ଷୀରେ, ସେମାନେ ଏବେ କୋଭିଡ-19 ମହାମାରୀ ସମୟରେ ଅଟକି ରହିଥିବା ୧୮ ମାସର ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ୍ (DR) ବକାୟା ପାଇଁ ଦାବି କରିଛନ୍ତି । କରୋନା ମହାମାରୀର ଆର୍ଥିକ ସଙ୍କଟ ସମୟରେ, ସରକାର ତିନୋଟି କିସ୍ତିରେ DA ପ୍ରଦାନ ବନ୍ଦ କରିଦେଇଥିଲେ। ୧ ଜାନୁଆରୀ ୨୦୨୦ ରୁ ୩୦ ଜୁନ୍ ୨୦୨୦, ଜୁଲାଇ ୧, ୨୦୨୦ ରୁ ସେପ୍ଟେମ୍ବର ୩୧, ୨୦୨୦, ୧ ଜାନୁଆରୀ ୨୦୨୧ ରୁ ୩୦ ଜୁନ୍ ୨୦୨୧ ପର୍ଯ୍ୟନ୍ତ ।

ଏହି ୧୮ ମାସ ମଧ୍ୟରେ, ସରକାର DA ଫ୍ରିଜ୍ କରି ୩୪,୪୦୨.୩୨ କୋଟି ସଞ୍ଚୟ କରିଛନ୍ତି। ସରକାର ଏହି ଟଙ୍କାକୁ ବିଭିନ୍ନ କଲ୍ୟାଣକାରୀ ଯୋଜନା ପାଇଁ ବ୍ୟବହାର କରିଛନ୍ତି। ବର୍ତ୍ତମାନ, କର୍ମଚାରୀ ସଂଘ ଏବଂ ସଂଗଠନଗୁଡ଼ିକ ଏହି ବକେୟା ପ୍ରଦାନ ପାଇଁ ଦାବି କରୁଛନ୍ତି, ଯାହାକୁ ସରକାର ପୂର୍ବରୁ ପ୍ରତ୍ୟାଖ୍ୟାନ କରିସାରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ପୂର୍ବରୁ ସ୍ପଷ୍ଟ କରିସାରିଛି ଯେ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନଙ୍କୁ କୋଭିଡ-୧୯ ଅବଧିରୁ ୧୮ ମାସର DA/DR ଦିଆଯିବ ନାହିଁ। ସରକାର ସ୍ପଷ୍ଟ କରିଛନ୍ତି ଯେ କୋଭିଡ-୧୯ ମହାମାରୀ ସମୟରେ ଆର୍ଥିକ ଚାପ ଯୋଗୁଁ ତିନୋଟି କିସ୍ତିରେ DA/DR ବନ୍ଦ କରାଯାଇଥିଲା। ବର୍ତ୍ତମାନ, ସେହି ଅବଧିର ବକାୟା ପାଇଁ ସରକାରଙ୍କ ତରଫରୁ କୌଣସି ପ୍ରସ୍ତାବ ଏବେ ପର୍ଯ୍ୟନ୍ତ ଦିଆଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri