Posted inଜାତୀୟ

8th Pay Commission: ୨୦୨୮ ପୂର୍ବରୁ ବଢିବନି ଦରମା କି ପେନସନ୍ !

ନୂଆଦିଲ୍ଲୀ,୨୬।୮: ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ରାଜ୍ୟ ସରକାର, ପ୍ରତିରକ୍ଷା ମନ୍ତ୍ରାଳୟ, ଗୃହ ମନ୍ତ୍ରାଳୟ ସହ ଆଲୋଚନା ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର । କିନ୍ତୁ ୮ମ ବେତନ କମିଶନ ଲାଗୁ ହେବା ନେଇ ବଡ଼ ଅପଡେଟ ସାମ୍ନାକୁ ଆସିଛି । ୨୦୨୮ ମସିହା ଯାଏ ୮ମ ବେତନ କମିଶନ କାର୍ଯ୍ୟକାରୀ ନହୋଇପାରେ ବୋଲି କିଛି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।

ତେବେ ୨୦୨୮ ପୂର୍ବର ଅଷ୍ଟମ ବେତନ ଆୟୋଗ ଲାକୁ ହେବା ନେଇ ଆଶଙ୍କା ଦେଖାଦେଇଛି । କେନ୍ଦ୍ର ସରକାର ଏହାକୁ ନେଇ ଆଲୋଚନା ଜାରି ରଖିଛନ୍ତି କିନ୍ତୁ କୌଣସି ଠୋସ୍ ପଦକ୍ଷେପ ନିଆଯାଇନଥିବା କୁହାଯାଉଛି । କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ ଆଶା ରଖିଥିଲେ କି, ୨୦୨୬ ଜାନୁଆରୀ ୧ ତାରିଖରୁ ଦରମା ବୃଦ୍ଧି ପାଇବ । କିନ୍ତୁ ଏହା ହେବାର ସମ୍ଭାବନା ନାହିଁ । ବିଭିନ୍ନ କାରଣରୁ ଏବେ ଅଷ୍ଟମ ବେତନ କମିଶନ କାର୍ଯ୍ୟକାରୀ ହେବ ନାହିଁ ବୋଲି କୁହାଯାଉଛି । ଚଳିତ ବର୍ଷ ଜାନୁଆରୀ ମାସରେ ୮ମ ବେତନ ଲାଗୁ ହେବା ନେଇ ଘୋଷଣା କରାଯାଇଥିଲା । କିନ୍ତୁ ଏ ନେଇ ପ୍ରକ୍ରିୟା ଶେଷ ହୋଇନାହିଁ । ଦରମା ଓ ପେନସନରେ ସଂଶୋଧନ ହେବାକୁ ଥିବାରୁ ଏବଂ ଅନ୍ୟାନ୍ୟ କାରଣ ପାଇଁ ଏହା ବିଳମ୍ବ ହେବାରେ ଲାଗିଛି ।

ପୂର୍ବରୁ ୭ମ ବେତନ କମିଶନ ଘୋଷଣା ସମୟରେ ମଧ୍ୟ କାର୍ଯ୍ୟକାରୀ ହେବା ପାଇଁ ସମୟ ଲାଗିଥିଲା । ଘୋଷଣା ହେବାର ୩ ବର୍ଷ ପରେ କାର୍ଯ୍ୟକାରୀ ହୋଇଥିଲା ୭ମ ବେତନ କମିଶନ । ତେଣୁ ସେହି ହିସାବରେ ଦେଖିବାକୁ ଗଲେ ଜାନୁଆରୀ ମାସରେ ଘୋଷଣା ହୋଇଥିଲା ଅଷ୍ଟମ ବେତନ କମିଶନ କାର୍ଯ୍ୟକାରୀ ହେବା ପାଇଁ ସମୟ ଲାଗିବ । ୨୦୨୭ କିମ୍ବା ୨୦୨୮ ଆରମ୍ଭରୁ ୮ମ ବେତନ କମିଶନ କାର୍ଯ୍ୟକାରୀ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri