୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼ ଉପହାର ଦେଇଛନ୍ତି । ଗତ ନଭେମ୍ବର ୩ ତାରିଖରେ ସୂଚନା ଜାରି କରିବା ସହିତ ଅଷ୍ଟମ ବେତନ କମିଶନ ଗଠନ କରିବାକୁ ଘୋଷଣା କରିସାରିଛନ୍ତି ।

ସରକାରୀ ସୂଚନା ଅନୁସାରେ, ନ୍ୟାୟମୂର୍ତ୍ତି ରଞ୍ଜନା ଦେଶାଇଙ୍କୁ ଅଷ୍ଟମ ବେତନ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ତାଙ୍କ ସହିତ ପ୍ରଫେସର ପୁଲକ ଘୋଷ ସଦସ୍ୟ ଭାବେ ଏବଂ ପଙ୍କଜ ଜୈନଙ୍କୁ ସଦସ୍ୟ ସଚିବ ଭାବେ ରଖାଯାଇଛି । ୧୮ ମାସ ଭିତରେ ସରକାରଙ୍କୁ ଚୂଡାନ୍ତ ରିପୋର୍ଟ ଦେବ ଏହି କମିଟି ।

ଅଷ୍ଟମ ବେତନ କମିଶନ ଲାଗୁ ହେଲେ କେନ୍ଦ୍ରର ସମସ୍ତ କର୍ମଚାରୀଙ୍କୁ ଏହାର ଲାଭ ମିଳିବ । ଯେପରିକି ଉଦ୍ୟୋଗ କ୍ଷେତ୍ରରେ ଥିବା କେନ୍ଦ୍ରୀୟ କର୍ମଚାରୀ, ଭାରତୀୟ ସେନାରେ ଥିବା କର୍ମଚାରୀ, ସଶନ୍ତ୍ର ବଳ, କେନ୍ଦ୍ର ଶାସିତ ଅଞ୍ଚଳରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ଏହାର ଫାଇଦା ମିଳିବ । ଅଷ୍ଟମ ବେତନ କମିଶନ କାର୍ଯ୍ୟ ଆରମ୍ଭ କରିସାରିଥିବା ବେଳେ ମେ ୨୦୨୭ ସୁଦ୍ଧା ରିପୋର୍ଟ ଦାଖଲ କରିବା ନେଇ ସୂଚନା ରହିଛି । ଆଉ ଏହା ପରେ କେନ୍ଦ୍ରୀୟ କର୍ମଚାରୀଙ୍କ ଦରମା ଏବଂ ପେନସନ୍‌ଭୋଗୀଙ୍କ ଭତ୍ତା ବୃଦ୍ଧି ପାଇବ ।

ଅଷ୍ଟମ ବେତନ କମିଶନ ଲାଗୁ ହେଲେ ୫୦ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ । ଦରମା ବଢିବା ସହିତ ପେନସନ୍ ରାଶି ମଧ୍ୟ ବୃଦ୍ଧି ପାଇବ । ଯାହାକୁ କି ଅପେକ୍ଷା କରି ରହିଛନ୍ତି ଲକ୍ଷ ଲକ୍ଷ କର୍ମଚାରୀ । ଯଦି ଫିଟମେଣ୍ଟ ଫ୍ୟାକ୍ଟର ୨.୮୬କୁ ବୃଦ୍ଧି ପାଏ ତେବେ ଯାଇ କର୍ମଚାରୀଙ୍କ ଦରମା ଯାହାକି ଅତି କମ୍‌ରେ ୧୮ ହଜାର ଟଙ୍କା ଥିଲା ତାହା ୫୧,୪୮୦ ଟଙ୍କା ହେବ । ସେହିଭଳି ପେନସନ୍ ଟଙ୍କା ଅତି କମ୍ ୯ ହଜାର ଟଙ୍କାରୁ ବଢି ୨୫,୭୪୦ ଟଙ୍କା ହେବ ।

ସେହି ହିସାବରେ ଯଦି ଆମେ ଦେଖିବା ଜଣେ ପିଅନ କିମ୍ବା ଆଟେଣ୍ଡାଣ୍ଟ ପୋଷ୍ଟରେ ଥିବା କର୍ମଚାରୀଙ୍କ ଅତି କମ୍ ଦରମା ୫୧,୪୮୦ ଟଙ୍କା ହେବ । ସେହିଭଳି ଜଣେ ଲୋୟର ଡିଭିଜନ୍ କ୍ଲର୍କଙ୍କ ଦରମା ୧୯,୯୦୦ ଟଙ୍କାରୁ ବଢି ୫୬,୯୧୪ ଟଙ୍କା ହେବ । ସେହିଭଳି ଫିଟମେଣ୍ଟ ଫ୍ୟାକ୍ଟର ୨.୮୬କୁ ବଢିଲେ ଜଣେ କନଷ୍ଟେବଲଙ୍କ ଦରମା ୨୧,୭୦୦ ଟଙ୍କାରୁ ବୃଦ୍ଧି ପାଇ ୬୨,୦୬୨ ଟଙ୍କା ହୋଇଯିବ । ସେହିଭଳି ଜୁନିୟର କ୍ଲର୍କଙ୍କ ଦରମା ୨୫,୫୦୦ ରୁ ୭୨,୯୩୦ ଟଙ୍କା ହୋଇଯିବ । ଆଉ ଟେକନିକାଲ ଷ୍ଟାଫଙ୍କ ଦରମା ୨୯,୨୦୦ରୁ ୮୩,୫୧୨ ଟଙ୍କା ହୋଇଯିବ । ଏହା ହେଲେ ସରକାରଙ୍କ ମୋଟ ଖର୍ଚ୍ଚ ୯ ଲକ୍ଷ କୋଟି ଟଙ୍କା ପାର୍ କରିପାରେ ।

 

 


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri