୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼ ଉପହାର ଦେଇଛନ୍ତି । ଗତ ନଭେମ୍ବର ୩ ତାରିଖରେ ସୂଚନା ଜାରି କରିବା ସହିତ ଅଷ୍ଟମ ବେତନ କମିଶନ ଗଠନ କରିବାକୁ ଘୋଷଣା କରିସାରିଛନ୍ତି ।

ସରକାରୀ ସୂଚନା ଅନୁସାରେ, ନ୍ୟାୟମୂର୍ତ୍ତି ରଞ୍ଜନା ଦେଶାଇଙ୍କୁ ଅଷ୍ଟମ ବେତନ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ତାଙ୍କ ସହିତ ପ୍ରଫେସର ପୁଲକ ଘୋଷ ସଦସ୍ୟ ଭାବେ ଏବଂ ପଙ୍କଜ ଜୈନଙ୍କୁ ସଦସ୍ୟ ସଚିବ ଭାବେ ରଖାଯାଇଛି । ୧୮ ମାସ ଭିତରେ ସରକାରଙ୍କୁ ଚୂଡାନ୍ତ ରିପୋର୍ଟ ଦେବ ଏହି କମିଟି ।

ଅଷ୍ଟମ ବେତନ କମିଶନ ଲାଗୁ ହେଲେ କେନ୍ଦ୍ରର ସମସ୍ତ କର୍ମଚାରୀଙ୍କୁ ଏହାର ଲାଭ ମିଳିବ । ଯେପରିକି ଉଦ୍ୟୋଗ କ୍ଷେତ୍ରରେ ଥିବା କେନ୍ଦ୍ରୀୟ କର୍ମଚାରୀ, ଭାରତୀୟ ସେନାରେ ଥିବା କର୍ମଚାରୀ, ସଶନ୍ତ୍ର ବଳ, କେନ୍ଦ୍ର ଶାସିତ ଅଞ୍ଚଳରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ଏହାର ଫାଇଦା ମିଳିବ । ଅଷ୍ଟମ ବେତନ କମିଶନ କାର୍ଯ୍ୟ ଆରମ୍ଭ କରିସାରିଥିବା ବେଳେ ମେ ୨୦୨୭ ସୁଦ୍ଧା ରିପୋର୍ଟ ଦାଖଲ କରିବା ନେଇ ସୂଚନା ରହିଛି । ଆଉ ଏହା ପରେ କେନ୍ଦ୍ରୀୟ କର୍ମଚାରୀଙ୍କ ଦରମା ଏବଂ ପେନସନ୍‌ଭୋଗୀଙ୍କ ଭତ୍ତା ବୃଦ୍ଧି ପାଇବ ।

ଅଷ୍ଟମ ବେତନ କମିଶନ ଲାଗୁ ହେଲେ ୫୦ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ । ଦରମା ବଢିବା ସହିତ ପେନସନ୍ ରାଶି ମଧ୍ୟ ବୃଦ୍ଧି ପାଇବ । ଯାହାକୁ କି ଅପେକ୍ଷା କରି ରହିଛନ୍ତି ଲକ୍ଷ ଲକ୍ଷ କର୍ମଚାରୀ । ଯଦି ଫିଟମେଣ୍ଟ ଫ୍ୟାକ୍ଟର ୨.୮୬କୁ ବୃଦ୍ଧି ପାଏ ତେବେ ଯାଇ କର୍ମଚାରୀଙ୍କ ଦରମା ଯାହାକି ଅତି କମ୍‌ରେ ୧୮ ହଜାର ଟଙ୍କା ଥିଲା ତାହା ୫୧,୪୮୦ ଟଙ୍କା ହେବ । ସେହିଭଳି ପେନସନ୍ ଟଙ୍କା ଅତି କମ୍ ୯ ହଜାର ଟଙ୍କାରୁ ବଢି ୨୫,୭୪୦ ଟଙ୍କା ହେବ ।

ସେହି ହିସାବରେ ଯଦି ଆମେ ଦେଖିବା ଜଣେ ପିଅନ କିମ୍ବା ଆଟେଣ୍ଡାଣ୍ଟ ପୋଷ୍ଟରେ ଥିବା କର୍ମଚାରୀଙ୍କ ଅତି କମ୍ ଦରମା ୫୧,୪୮୦ ଟଙ୍କା ହେବ । ସେହିଭଳି ଜଣେ ଲୋୟର ଡିଭିଜନ୍ କ୍ଲର୍କଙ୍କ ଦରମା ୧୯,୯୦୦ ଟଙ୍କାରୁ ବଢି ୫୬,୯୧୪ ଟଙ୍କା ହେବ । ସେହିଭଳି ଫିଟମେଣ୍ଟ ଫ୍ୟାକ୍ଟର ୨.୮୬କୁ ବଢିଲେ ଜଣେ କନଷ୍ଟେବଲଙ୍କ ଦରମା ୨୧,୭୦୦ ଟଙ୍କାରୁ ବୃଦ୍ଧି ପାଇ ୬୨,୦୬୨ ଟଙ୍କା ହୋଇଯିବ । ସେହିଭଳି ଜୁନିୟର କ୍ଲର୍କଙ୍କ ଦରମା ୨୫,୫୦୦ ରୁ ୭୨,୯୩୦ ଟଙ୍କା ହୋଇଯିବ । ଆଉ ଟେକନିକାଲ ଷ୍ଟାଫଙ୍କ ଦରମା ୨୯,୨୦୦ରୁ ୮୩,୫୧୨ ଟଙ୍କା ହୋଇଯିବ । ଏହା ହେଲେ ସରକାରଙ୍କ ମୋଟ ଖର୍ଚ୍ଚ ୯ ଲକ୍ଷ କୋଟି ଟଙ୍କା ପାର୍ କରିପାରେ ।

 

 


Enter your email to get our daily news in your inbox.

All Right Reserved By Dharitri.Com

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର କେ.କୁରେଶୁୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri