ଓଡ଼ିଶାକୁ ୯.୫୯ ଲକ୍ଷ ଗୃହ ମଞ୍ଜୁର

ଭୁବନେଶ୍ବର,୧୬ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏୱାଇ)କୁ ନେଇ କେନ୍ଦ୍ର-ରାଜ୍ୟ ମଧ୍ୟରେ ଦୀର୍ଘଦିନ ହେବ ମୁହଁାମୁହିଁ ସ୍ଥିତି ଲାଗି ରହିଥିଲା। ଏଥିଯୋଗୁ ହିତାଧିକାରୀଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିଲା। ବହୁ ବାଦବିବାଦ ପରେ ରାଜ୍ୟ ହିତାଧିକାରୀମାନେ ଏବେ ଆବାସ ଘର ପାଇବାକୁ ଯାଉଛନ୍ତି। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ସମସ୍ତ ଜିଲା ଏବଂ ଫନୀ ପ୍ରଭାବିତ ଜିଲାର ହିତାଧିକାରୀଙ୍କ ପାଇଁ ମୋଟ୍‌ ୯.୫୯ ଲକ୍ଷ ଘର ମଞ୍ଜୁର କରାଯାଇଛି। ଏଥିରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ୩୦ ଜିଲାରୁ ୮.୧୭ ଲକ୍ଷ ହିତାଧିକାରୀ ରହିଥିବାବେଳେ ବାକି ୧.୪୨ ଲକ୍ଷ ଘର ଫନୀ କ୍ଷତିଗ୍ରସ୍ତଙ୍କୁ ମିଳିବ। ସେମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସ୍ବତନ୍ତ୍ର ଭାବେ ସାମିଲ କରାଯାଇଛି। ସୋମବାରଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ପଞ୍ଚାୟତୱାରି ସମ୍ପୃକ୍ତ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ, ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର ଏବଂ ଗ୍ରାମର ପ୍ରମୁଖ ସ୍ଥାନଗୁଡ଼ିକରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସମ୍ଭାବ୍ୟ ହିତାଧିକାରୀଙ୍କ ତାଲିକା ପ୍ରଦର୍ଶିତ ହେବ। ଏନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ସୁଶୀଲ କୁମାର ଲୋହାନୀ ରବିବାର ଖବରଦାତା ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି।
ସୂଚନା ଅନୁସାରେ, ସମ୍ଭାବ୍ୟ ହିତାଧିକାରୀ ତାଲିକାରେ ଯଦି କୌଣସି ଅଯୋଗ୍ୟ ପରିବାର ନାମ ତାଲିକାରେ ଅନ୍ତର୍ଭୁକ୍ତ ହୋଇଥାଏ, ତେବେ ଜନସାଧାରଣ ନିର୍ଦ୍ଦିଷ୍ଟ ଅଯୋଗ୍ୟଙ୍କ ନାମରେ ଅଭିଯୋଗ ଦାଖଲ କରିପାରିବେ। ଅଭିଯୋଗ ଦାଖଲ ପାଇଁ ଉଦ୍ଦିଷ୍ଟ ଦରଖାସ୍ତଫର୍ମକୁ ପୂରଣ କରି ପଞ୍ଚାୟତ ବା ବ୍ଲକ କାର୍ଯ୍ୟାଳୟରେ ରଖାଯାଇଥିବା ଅଭିଯୋଗ ବାକ୍ସରେ ଅଭିଯୋଗକାରୀ ଦାଖଲ କରିପାରିବେ କିମ୍ବା ଟୋଲ୍‌ ଫ୍ରି ନମ୍ବର ୧୮୦୦୩୪୫୬୭୭୦ ବା ୧୫୫୩୩୫ରେ ନିଜ ପରିଚୟ ପ୍ରଦାନ କରି ଅଭିଯୋଗ ଦାଖଲ କରିପାରିବେ। ଏହାସହ ଅନ୍‌ଲାଇନ ମାଧ୍ୟମରେ https://www.rhodhisha.gov.in ପୋର୍ଟାଲରେ ନିଜ ଠିକଣା ଦେଇ ଅଯୋଗ୍ୟ ପରିବାରଙ୍କ ସମ୍ପର୍କରେ ମଧ୍ୟ ଅଭିଯୋଗ କରାଯାଇପାରିବ। ଏହି ଅଭିଯୋଗ ଆସନ୍ତା ୨୪ ତାରିଖ ସୁଦ୍ଧା ଦାଖଲ କରିହେବ। ପ୍ରାପ୍ତ ଅଭିଯୋଗଗୁଡ଼ିକର ସରଜମିନ ତଦନ୍ତ କରାଯାଇ ସମ୍ଭାବ୍ୟ ତାଲିକାରୁ ଅଯୋଗ୍ୟ ପରିବାରଙ୍କ ନାମ କାଟି ସମସ୍ତ ଯୋଗ୍ୟ ପରିବାରର ତାଲିକା ଗ୍ରାମସଭାର ଅନୁମୋଦନ ପାଇଁ ପଠାଯିବ। ଗ୍ରାମସଭା ଉକ୍ତ ତାଲିକାକୁ ଅନୁମୋଦନ କରିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ସମସ୍ତ ଯୋଗ୍ୟ ପରିବାରଙ୍କୁ ରାଜ୍ୟ ସରକାରଙ୍କ ଦ୍ବାରା ଗୃହ ନିର୍ମାଣ କାର୍ଯ୍ୟାଦେଶ ପ୍ରଦାନ କରାଯିବ। ଯୋଗ୍ୟ ହିତାଧିକାରୀ ମନୋନୟନକୁ ପ୍ରାଥମିକତା ଦିଆଯାଉଥିବା ଲୋହାନୀ କହିଛନ୍ତି।
ଅନ୍ୟପକ୍ଷରେ ଏଣିକି ଆବାସ ଘରଗୁଡ଼ିକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ) ଲୋଗୋ ସ୍ପଷ୍ଟ ଭାବେ ଉଲ୍ଲେଖ ରହିବ। ପୂର୍ବରୁ ଏନେଇ ବହୁ ଅଭିଯୋଗ ଆସିବା ପରେ କେନ୍ଦ୍ରକୁ ରାଜ୍ୟ ସରକାର ଏ ବାବଦରେ ଜଣାଇଛନ୍ତି। ଏଥିରେ କେନ୍ଦ୍ର ସନ୍ତୋଷ ପ୍ରକାଶ କରିଥିବା ଲୋହାନୀ କହିଛନ୍ତି। ତେବେ ପୂର୍ବପରି ବିଜୁ ପକ୍କାଘର ଲୋଗୋ ଉକ୍ତ ଘରଗୁଡ଼ିକରେ ଲାଗିବ ନା ନାହିଁ ସେନେଇ କିଛି ସ୍ପଷ୍ଟ କରିନାହାନ୍ତି। ତେବେ ହିତାଧିକାରୀଙ୍କୁ ଶୀଘ୍ର ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରିବାକୁ ପ୍ରୋତ୍ସାହିତ କରି ଓଡ଼ିଶା ସରକାର ନିଜସ୍ବ ପାଣ୍ଠିରୁ ୪ ମାସରେ ଗୃହ କାର୍ଯ୍ୟ ସମାପ୍ତ କରିପାରୁଥିବା ହିତାଧିକାରୀଙ୍କୁ ୨୦ ହଜାର ଟଙ୍କା ଏବଂ ୬ ମାସରେ ସମାପ୍ତ କରୁଥିବା ହିତାଧିକାରୀଙ୍କୁ ୧୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଯୋଗାଇ ଦେଉଛନ୍ତି। ଏହି ଯୋଜନାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଂଶଧନ ୬୦:୪୦। ଏହି ଯୋଜନା ଅନ୍ତର୍ଗତ ଗୃହ ନିର୍ମାଣ ସହାୟତା ରାଶି ଅଣ ସମନ୍ବିତ କାର୍ଯ୍ୟ ଯୋଜନାରେ ତାଲିକାଭୁକ୍ତ ବା ଅଣ-ଆଇଏପି ଜିଲାଗୁଡ଼ିକରେ ୧,୨୦,୦୦୦ ଟଙ୍କା ହୋଇଥିବାବେଳେ ସମନ୍ବିତ କାର୍ଯ୍ୟ ଯୋଜନାରେ ତାଲିକାଭୁକ୍ତ ବା ଆଇଏପି ଜିଲାଗୁଡ଼ିକରେ ଏହା ୧,୩୦,୦୦୦ ଟଙ୍କା। ଏତଦବ୍ୟତୀତ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ହିତାଧିକାରୀମାନଙ୍କୁ ଅଣ-ଆଇଏପି ଜିଲାରେ ୯୦ ଦିନ ଓ ଆଇଏପି ଜିଲାରେ ୯୫ ଦିନ ପର୍ଯ୍ୟନ୍ତ ମଜୁରି ମିଳିଥାଏ। ଶୌଚାଳୟ ନିର୍ମାଣ ନିମନ୍ତେ ପ୍ରତ୍ୟେକ ହିତାଧିକାରୀଙ୍କୁ ୧୨,୦୦୦ ଟଙ୍କା ମିଳୁଛି। ଅର୍ଥାତ ୪ ମାସରେ ଗୃହ କାର୍ଯ୍ୟ ସମାପ୍ତ କରିପାରୁଥିବା ପ୍ରତ୍ୟେକ ହିତାଧିକାରୀଙ୍କୁ ଅଣଆଇଏପି ଜିଲାଗୁଡ଼ିକରେ ୧,୭୨,୦୦୦ ଟଙ୍କା ମିଳୁଥିବାବେଳେ ଆଇଏପି ଜିଲାରେ ୧,୮୨,୦୦୦ ଟଙ୍କା ମିଳୁଛି। ବର୍ତ୍ତମାନର ଆବଣ୍ଟନ ପଦ୍ଧତି ଅନୁଯାୟୀ, ଆଗାମୀ ୬-୮ ମାସ ମଧ୍ୟରେ ରାଜ୍ୟକୁ ୧୬ ହଜାର କୋଟି ଟଙ୍କାରୁ ୧୭ ହଜାର କୋଟି ଟଙ୍କାର ଆର୍ଥିକ ଅନୁଦାନ ମିଳିବ। ଏହି ସାଢ଼େ ୯ ଲକ୍ଷ ଗୃହ ନିର୍ମାଣରେ ଆସନ୍ତା ୬-୮ ମାସ ମଧ୍ୟରେ ପ୍ରାୟ ୬ କୋଟି କୁଶଳୀ ଏବଂ ୧୦ କୋଟି ଅଣକୁଶଳୀ କାର୍ଯ୍ୟ ଦିବସ ସୃଷ୍ଟି ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri