ଓଡ଼ିଶାକୁ ୯.୫୯ ଲକ୍ଷ ଗୃହ ମଞ୍ଜୁର

ଭୁବନେଶ୍ବର,୧୬ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏୱାଇ)କୁ ନେଇ କେନ୍ଦ୍ର-ରାଜ୍ୟ ମଧ୍ୟରେ ଦୀର୍ଘଦିନ ହେବ ମୁହଁାମୁହିଁ ସ୍ଥିତି ଲାଗି ରହିଥିଲା। ଏଥିଯୋଗୁ ହିତାଧିକାରୀଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିଲା। ବହୁ ବାଦବିବାଦ ପରେ ରାଜ୍ୟ ହିତାଧିକାରୀମାନେ ଏବେ ଆବାସ ଘର ପାଇବାକୁ ଯାଉଛନ୍ତି। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ସମସ୍ତ ଜିଲା ଏବଂ ଫନୀ ପ୍ରଭାବିତ ଜିଲାର ହିତାଧିକାରୀଙ୍କ ପାଇଁ ମୋଟ୍‌ ୯.୫୯ ଲକ୍ଷ ଘର ମଞ୍ଜୁର କରାଯାଇଛି। ଏଥିରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ୩୦ ଜିଲାରୁ ୮.୧୭ ଲକ୍ଷ ହିତାଧିକାରୀ ରହିଥିବାବେଳେ ବାକି ୧.୪୨ ଲକ୍ଷ ଘର ଫନୀ କ୍ଷତିଗ୍ରସ୍ତଙ୍କୁ ମିଳିବ। ସେମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସ୍ବତନ୍ତ୍ର ଭାବେ ସାମିଲ କରାଯାଇଛି। ସୋମବାରଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ପଞ୍ଚାୟତୱାରି ସମ୍ପୃକ୍ତ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ, ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର ଏବଂ ଗ୍ରାମର ପ୍ରମୁଖ ସ୍ଥାନଗୁଡ଼ିକରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସମ୍ଭାବ୍ୟ ହିତାଧିକାରୀଙ୍କ ତାଲିକା ପ୍ରଦର୍ଶିତ ହେବ। ଏନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ସୁଶୀଲ କୁମାର ଲୋହାନୀ ରବିବାର ଖବରଦାତା ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି।
ସୂଚନା ଅନୁସାରେ, ସମ୍ଭାବ୍ୟ ହିତାଧିକାରୀ ତାଲିକାରେ ଯଦି କୌଣସି ଅଯୋଗ୍ୟ ପରିବାର ନାମ ତାଲିକାରେ ଅନ୍ତର୍ଭୁକ୍ତ ହୋଇଥାଏ, ତେବେ ଜନସାଧାରଣ ନିର୍ଦ୍ଦିଷ୍ଟ ଅଯୋଗ୍ୟଙ୍କ ନାମରେ ଅଭିଯୋଗ ଦାଖଲ କରିପାରିବେ। ଅଭିଯୋଗ ଦାଖଲ ପାଇଁ ଉଦ୍ଦିଷ୍ଟ ଦରଖାସ୍ତଫର୍ମକୁ ପୂରଣ କରି ପଞ୍ଚାୟତ ବା ବ୍ଲକ କାର୍ଯ୍ୟାଳୟରେ ରଖାଯାଇଥିବା ଅଭିଯୋଗ ବାକ୍ସରେ ଅଭିଯୋଗକାରୀ ଦାଖଲ କରିପାରିବେ କିମ୍ବା ଟୋଲ୍‌ ଫ୍ରି ନମ୍ବର ୧୮୦୦୩୪୫୬୭୭୦ ବା ୧୫୫୩୩୫ରେ ନିଜ ପରିଚୟ ପ୍ରଦାନ କରି ଅଭିଯୋଗ ଦାଖଲ କରିପାରିବେ। ଏହାସହ ଅନ୍‌ଲାଇନ ମାଧ୍ୟମରେ https://www.rhodhisha.gov.in ପୋର୍ଟାଲରେ ନିଜ ଠିକଣା ଦେଇ ଅଯୋଗ୍ୟ ପରିବାରଙ୍କ ସମ୍ପର୍କରେ ମଧ୍ୟ ଅଭିଯୋଗ କରାଯାଇପାରିବ। ଏହି ଅଭିଯୋଗ ଆସନ୍ତା ୨୪ ତାରିଖ ସୁଦ୍ଧା ଦାଖଲ କରିହେବ। ପ୍ରାପ୍ତ ଅଭିଯୋଗଗୁଡ଼ିକର ସରଜମିନ ତଦନ୍ତ କରାଯାଇ ସମ୍ଭାବ୍ୟ ତାଲିକାରୁ ଅଯୋଗ୍ୟ ପରିବାରଙ୍କ ନାମ କାଟି ସମସ୍ତ ଯୋଗ୍ୟ ପରିବାରର ତାଲିକା ଗ୍ରାମସଭାର ଅନୁମୋଦନ ପାଇଁ ପଠାଯିବ। ଗ୍ରାମସଭା ଉକ୍ତ ତାଲିକାକୁ ଅନୁମୋଦନ କରିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ସମସ୍ତ ଯୋଗ୍ୟ ପରିବାରଙ୍କୁ ରାଜ୍ୟ ସରକାରଙ୍କ ଦ୍ବାରା ଗୃହ ନିର୍ମାଣ କାର୍ଯ୍ୟାଦେଶ ପ୍ରଦାନ କରାଯିବ। ଯୋଗ୍ୟ ହିତାଧିକାରୀ ମନୋନୟନକୁ ପ୍ରାଥମିକତା ଦିଆଯାଉଥିବା ଲୋହାନୀ କହିଛନ୍ତି।
ଅନ୍ୟପକ୍ଷରେ ଏଣିକି ଆବାସ ଘରଗୁଡ଼ିକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ) ଲୋଗୋ ସ୍ପଷ୍ଟ ଭାବେ ଉଲ୍ଲେଖ ରହିବ। ପୂର୍ବରୁ ଏନେଇ ବହୁ ଅଭିଯୋଗ ଆସିବା ପରେ କେନ୍ଦ୍ରକୁ ରାଜ୍ୟ ସରକାର ଏ ବାବଦରେ ଜଣାଇଛନ୍ତି। ଏଥିରେ କେନ୍ଦ୍ର ସନ୍ତୋଷ ପ୍ରକାଶ କରିଥିବା ଲୋହାନୀ କହିଛନ୍ତି। ତେବେ ପୂର୍ବପରି ବିଜୁ ପକ୍କାଘର ଲୋଗୋ ଉକ୍ତ ଘରଗୁଡ଼ିକରେ ଲାଗିବ ନା ନାହିଁ ସେନେଇ କିଛି ସ୍ପଷ୍ଟ କରିନାହାନ୍ତି। ତେବେ ହିତାଧିକାରୀଙ୍କୁ ଶୀଘ୍ର ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରିବାକୁ ପ୍ରୋତ୍ସାହିତ କରି ଓଡ଼ିଶା ସରକାର ନିଜସ୍ବ ପାଣ୍ଠିରୁ ୪ ମାସରେ ଗୃହ କାର୍ଯ୍ୟ ସମାପ୍ତ କରିପାରୁଥିବା ହିତାଧିକାରୀଙ୍କୁ ୨୦ ହଜାର ଟଙ୍କା ଏବଂ ୬ ମାସରେ ସମାପ୍ତ କରୁଥିବା ହିତାଧିକାରୀଙ୍କୁ ୧୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଯୋଗାଇ ଦେଉଛନ୍ତି। ଏହି ଯୋଜନାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଂଶଧନ ୬୦:୪୦। ଏହି ଯୋଜନା ଅନ୍ତର୍ଗତ ଗୃହ ନିର୍ମାଣ ସହାୟତା ରାଶି ଅଣ ସମନ୍ବିତ କାର୍ଯ୍ୟ ଯୋଜନାରେ ତାଲିକାଭୁକ୍ତ ବା ଅଣ-ଆଇଏପି ଜିଲାଗୁଡ଼ିକରେ ୧,୨୦,୦୦୦ ଟଙ୍କା ହୋଇଥିବାବେଳେ ସମନ୍ବିତ କାର୍ଯ୍ୟ ଯୋଜନାରେ ତାଲିକାଭୁକ୍ତ ବା ଆଇଏପି ଜିଲାଗୁଡ଼ିକରେ ଏହା ୧,୩୦,୦୦୦ ଟଙ୍କା। ଏତଦବ୍ୟତୀତ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ହିତାଧିକାରୀମାନଙ୍କୁ ଅଣ-ଆଇଏପି ଜିଲାରେ ୯୦ ଦିନ ଓ ଆଇଏପି ଜିଲାରେ ୯୫ ଦିନ ପର୍ଯ୍ୟନ୍ତ ମଜୁରି ମିଳିଥାଏ। ଶୌଚାଳୟ ନିର୍ମାଣ ନିମନ୍ତେ ପ୍ରତ୍ୟେକ ହିତାଧିକାରୀଙ୍କୁ ୧୨,୦୦୦ ଟଙ୍କା ମିଳୁଛି। ଅର୍ଥାତ ୪ ମାସରେ ଗୃହ କାର୍ଯ୍ୟ ସମାପ୍ତ କରିପାରୁଥିବା ପ୍ରତ୍ୟେକ ହିତାଧିକାରୀଙ୍କୁ ଅଣଆଇଏପି ଜିଲାଗୁଡ଼ିକରେ ୧,୭୨,୦୦୦ ଟଙ୍କା ମିଳୁଥିବାବେଳେ ଆଇଏପି ଜିଲାରେ ୧,୮୨,୦୦୦ ଟଙ୍କା ମିଳୁଛି। ବର୍ତ୍ତମାନର ଆବଣ୍ଟନ ପଦ୍ଧତି ଅନୁଯାୟୀ, ଆଗାମୀ ୬-୮ ମାସ ମଧ୍ୟରେ ରାଜ୍ୟକୁ ୧୬ ହଜାର କୋଟି ଟଙ୍କାରୁ ୧୭ ହଜାର କୋଟି ଟଙ୍କାର ଆର୍ଥିକ ଅନୁଦାନ ମିଳିବ। ଏହି ସାଢ଼େ ୯ ଲକ୍ଷ ଗୃହ ନିର୍ମାଣରେ ଆସନ୍ତା ୬-୮ ମାସ ମଧ୍ୟରେ ପ୍ରାୟ ୬ କୋଟି କୁଶଳୀ ଏବଂ ୧୦ କୋଟି ଅଣକୁଶଳୀ କାର୍ଯ୍ୟ ଦିବସ ସୃଷ୍ଟି ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri