Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ରାଲିରେ ବିସ୍ଫୋରଣ ମାମଲାରେ ୯ ଅଭିଯୁକ୍ତ ଦୋଷୀ…

ନୂଆଦିଲ୍ଲୀ,୨୭।୧୦: ବିହାର ପଟନାର ଗାନ୍ଧୀ ମଇଦାନରେ ୮ ବର୍ଷ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନ ରାଲିରେ ହୋଇଥିବା ବୋମା ବିସ୍ଫୋରଣ ଘଟଣାରେ ୯ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେମାନଙ୍କ ପ୍ରତି ୧ ନଭେମ୍ବର ଦଣ୍ଡାଦେଶ କରାଯିବ ବୋଲି ଏନ୍‌ଆଇଏ କୋର୍ଟ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି।

୨୦୧୩ ଅକ୍ଟୋବର ୨୭ରେ ଭାଜପାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନରେନ୍ଦ୍ର ମୋଦିଙ୍କ ହୁଙ୍କାର ରାଲିରେ ସିରିଜ୍‌ ବୋମା ବିସ୍ଫୋରଣ କରାଯାଇଥିଲା। ଏହି ମାମଲାରେ ୧୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଜଣେ ଖଲାସ ହୋଇଛନ୍ତି। ତେବେ ଅନ୍ୟ ୯ ଅଭିଯୁକ୍ତଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି।

ଏହି ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲା। ସେପହିପରି ୮୯ ଜଣ ଗୁରୁତର ଆହତ ହୋଇଥିଲେ। ଏହି ମାମଲାରେ ଏନ୍‌ଆଇଏ ଦ୍ୱାରା ଅନୁସନ୍ଧାନ ପରେ, ୨୧ ଅଗଷ୍ଟ ୨୦୧୪ରେ ହ।ୟଦାର ଅଲ୍ଲୀ ଓରଫ୍‌ ବ୍ଲାକ ବିୟୁଟି, ନୋମାନ ଅନସାରୀ, ମହମ୍ମଦ ମୁଜିବୁଲ୍ଲା ଅନସାରୀ, ମହମ୍ମଦ ଇମତିଆଜ ଆଲାମ, ଅହମ୍ମଦ ହୁସେନ, ଫକରୁଦ୍ଦିନ, ମହମ୍ମଦ ଫିରୋଜ ଅସଲମ, ଇମତିଆଜ ଅନସାରୀ, ମହମ୍ମଦ ଇଫତିକର ଆଲାମ, ଅଜହରୁଦ୍ଦିନ କୁରେସି ଏବଂ ଜଣେ ନାବାଳିକାଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରାଯାଇଥିଲା। ଫକରୁଦ୍ଦିଙ୍କୁ ଛାଡ଼ି ଅନ୍ୟ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି।

ଏହି ବିସ୍ଫୋରଣ ମାମଲାରେ ଜେଲରେ ଥିବା ୧୦ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୫ ଜଣ ବୋଧଗୟା ବିସ୍ଫୋରଣ ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଗାନ୍ଧୀ ମଇଦାନ ବିସ୍ଫୋରଣ ମାମଲାରେ ସମସ୍ତ ପକ୍ଷଙ୍କ ସାକ୍ଷ୍ୟ ଗ୍ରହଣ ପରେ, ଏନଆଇଏ କୋର୍ଟ ଏହି ନିଷ୍ପତ୍ତି ଘୋଷଣା ପାଇଁ ଅକ୍ଟୋବର ୨୭ ସ୍ଥିର କରିଥିଲେ।
ଜଣେ ଅଭିଯୁକ୍ତଙ୍କୁ ଜୁଭେନାଇଲ କୋର୍ଟ ପୂର୍ବରୁ ୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିସାରିଛନ୍ତି।

ସମସ୍ତ ଅଭିଯୁକ୍ତଙ୍କୁ ବେୟୁର ଜେଲରେ କଡା ସୁରକ୍ଷା ମଧ୍ୟରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri