Posted inଜାତୀୟ

ଅପରେସନ ସିନ୍ଦୂରରେ ସଫଳତା ପାଇଁ ସମ୍ମାନ, ୯ ବାୟୁସେନା ଅଧିକାରୀଙ୍କୁ ବୀରଚକ୍ର

ନୂଆଦିଲ୍ଲୀ,୧୪ା୮: ଭାରତୀୟ ବାୟୁସେନାର ୯ ଜଣ ଅଧିକାରୀ, ଯେଉଁମାନେ ଅପରେସନ ସିନ୍ଦୂର ଅଧୀନରେ ପାକିସ୍ତାନର ମୁରିଦ୍‌କେ ଓ ବାହାୱଲପୁରରେ ଲସ୍କର-ଏ-ତୋଇବା (ଏଲଇଟି) ଓ ଜୈଶ-ଏ-ମହମ୍ମଦ (ଜେଇଏମ) ଆତଙ୍କୀ ସଂଗଠନର ମୁଖ୍ୟାଳୟ ସମେତ ପାକିସ୍ତାନୀ ସୈନ୍ୟ ଲକ୍ଷ୍ୟସ୍ଥଳକୁ ଧ୍ୱଂସ କରିଥିଲେ, ସେମାନଙ୍କୁ ଦେଶର ତୃତୀୟ ସର୍ବୋଚ୍ଚ ଯୁଦ୍ଧକାଳୀନ ବୀରତ୍ୱ ପୁରସ୍କାର ବୀରଚକ୍ର ପ୍ରଦାନ କରାଯିବ। ଏହି ସମ୍ମାନ ସ୍ୱାଧୀନତା ଦିବସ ଅବସରରେ ପ୍ରଦାନ କରାଯିବ।

ସେହିଭଳି ୧୩ ବାୟୁସେନା ଅଧିକାରୀ ପାଇବେ ବିଶିଷ୍ଟ ଯୁଦ୍ଧସେବା ମେଡାଲ୍‌ ପ୍ରଦାନ କରାଯିବ। ଏୟାର ଭାଇସ୍‌ ମାର୍ଶଲ ଯୋଶେଫ୍‌ ସୁରେଶ, ଏଭିଏମ୍‌ ପ୍ରଜୁଆଲ ସିଂ, ଏୟାର କମାଣ୍ଡର ଅଶୋକ ରାଜ ଠାକୁର ଯୁଦ୍ଧସେବା ମେଡାଲ୍‌ ପାଇବେ।

ଅପରେସନ ସିନ୍ଦୂର ମେ ମାସରେ ପହଲଗାମ ଆତଙ୍କୀ ହମଲାର ପ୍ରତିଶୋଧ ନେବା ପାଇଁ ଆରମ୍ଭ ହୋଇଥିଲା, ଯେଉଁଥିରେ ୨୬ ଜଣ ନାଗରିକ, ମୁଖ୍ୟତଃ ପର୍ଯ୍ୟଟକ ନିହତ ହୋଇଥିଲେ। ଏହି ଅଭିଯାନରେ ଭାରତୀୟ ବାୟୁସେନା ପାକିସ୍ତାନର ୬ଟି ଯୁଦ୍ଧବିମାନ ମଧ୍ୟ ଖସାଇ ଦେଇଥିଲା। ମୁରିଦ୍‌କେରେ ଏଲଇଟିର ମୁଖ୍ୟାଳୟ ଓ ବାହାୱଲପୁରରେ ଜେଇଏମର ସୁଭାନ ଆଲ୍ଲାହ କ୍ୟାମ୍ପକୁ ଧ୍ୱଂସ କରାଯାଇଥିଲା, ଯାହା ଆତଙ୍କୀ ନିୟୋଜନ ଓ ତାଲିମର ମୁଖ୍ୟ କେନ୍ଦ୍ର ଥିଲା।

ଏହି ଅଭିଯାନ ଭାରତୀୟ ସେନା, ନୌସେନା ଓ ବାୟୁସେନାର ମିଳିତ ସମନ୍ୱୟରେ ପରିଚାଳିତ ହୋଇଥିଲା, ଯାହା ଭାରତର ତିନି ସେନାର ଯୁଦ୍ଧ କ୍ଷମତାକୁ ପ୍ରମାଣିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri