ସକାଳ ୯ରୁ ସାଢ଼େ ୬ ଯାଏ ଗଡ଼ିବନି ଭାରିଯାନ

ଅନୁଗୋଳ, ୧୧ା୯ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ରନ୍ତଲେଇ ଠାରୁ ବଅଁରପାଳ ପର୍ଯ୍ୟନ୍ତ ୫୫ନଂ. ଜାତୀୟ ରାଜପଥର ୧୭ କିଲୋମିଟର ରାସ୍ତା ମରାମତି ହେଉଛି। ଏହି ମରାମତି କାର୍ଯ୍ୟ ଶେଷ ନ ହେବା ପର୍ଯ୍ୟନ୍ତ ଉକ୍ତ ୧୭ କିଲୋମିଟର ରାସ୍ତାରେ ଭାରିଯାନ ଚଳାଚଳ ଉପରେ ଜିଲା ପ୍ରଶାସନ ପକ୍ଷରୁ ରବିବାର କଟକଣା ଲଗାଯାଇଛି। ପ୍ରତ୍ୟହ ପୂର୍ବାହ୍ନ ୯ଟାରୁ ସନ୍ଧ୍ୟା ୬ଟା ଯାଏ ରାଜପଥର ଏହି ଅଞ୍ଚଳରେ ଭାରିଯାନ ଯେପରି ନ ଗଡ଼େ ସେଥିପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମରାମତି କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ଉକ୍ତ ନିର୍ଦ୍ଦେଶନାମା ବଳବତ୍ତର ରହିବ ବୋଲି ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି।
ପ୍ରକାଶ ଯେ, ବଅଁରପାଳସ୍ଥିତ ପାଞ୍ଚଗଡ଼ ବିଜୟ କୁମାର ହାଇସ୍କୁଲର ୬ଷ୍ଠ ଶ୍ରେଣୀର ଛାତ୍ରୀ ପୂଜା ସାହୁ (୧୧)ଙ୍କ ଗତ ଗୁରୁବାର ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ରାଜପଥର ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ବେଳେ ଭାରିଯାନ ଚଳାଚଳ ଯୋଗୁ ଦୁର୍ଘଟଣା ବଢ଼ୁଥିବା ଅଭିଯୋଗ କରି ଉକ୍ତ ସ୍କୁଲର ଛାତ୍ରୀଛାତ୍ରମାନେ ଶୁକ୍ରବାର ବିଳମ୍ବିତ ରାତି ଯାଏ ରାଜପଥ ଅବରୋଧ କରିଥିଲେ। ସ୍କୁଲ ଯାତାୟାତ ସମୟରେ ରାଜପଥରେ ଭାରିଯାନ ଚଳାଚଳ ବନ୍ଦ ରଖିବାକୁ ଛାତ୍ରୀଛାତ୍ରମାନେ ଅଡ଼ି ବସିଥିଲେ। ଅନୁଗୋଳ ଅତିରିକ୍ତ ଜିଲାପାଳ ପ୍ରତାପ ପ୍ରୀତିମୟ ଦାବି ପୂରଣ ନେଇ ଲିଖିତ ପ୍ରତିଶ୍ରୁତି ଦେଇଥିଲେ। ତଦନୁଯାୟୀ ଶନିବାରଠାରୁ ମରାମତି କାର୍ଯ୍ୟ ଆରମ୍ଭ କରାଯାଇଥିବା ବେଳେ ରବିବାର ରବିବାର ସାରେ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଜିଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅନୁଗୋଳ ଉପଜିଲାପାଳ ବରଣ୍ୟେନ୍ଦୁ ମହାନ୍ତି, ଅନୁଗୋଳ ଏସ୍‌ଡିପିଓ ରମାକାନ୍ତ ମହାଳିକ, ବଅଁରପାଳ ଅତିରିକ୍ତ ତହସିଲଦାର, ସ୍ଥାନୀୟ ଥାନା ଅଧିକାରୀ, ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର କନିଷ୍ଠ ଏମ୍‌ଭିଆଇ, ଏନ୍‌ଏଚ୍‌ଏଆଇ ଢେଙ୍କାନାଳକ ପ୍ରତିନିଧି, ପୂର୍ତ୍ତ ବିଭାଗ ଅଧିକାରୀ, ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଯେ ପର୍ଯ୍ୟନ୍ତ ଜାତୀୟ ରାଜପଥର ଏହି ୧୭ କିଲୋମିଟର ରାସ୍ତା ମରାମତି ଶେଷ ହୋଇନାହିଁ, ସେ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୯ଟାରୁ ସା ୬ଟା ପର୍ଯ୍ୟନ୍ତ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳ କରିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଏଥିସହ ରାଜପଥରେ ଥିବା ଖାଲଖମା ପୋତିବା, ପିଚୁ ପକାଯିବା କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ଏନଏଚଏଆଇ କର୍ତ୍ତୃପକ୍ଷଙ୍କୁ କୁହାଯାଇଥିଲା। ଏପରି କି ଗାଡ଼ି ଗୁଡ଼ିକର ବେଗ ଘଣ୍ଟା ପ୍ରତି ୨୦ରୁ ୩୦ ଜିଲୋମିଟର ରହିବ ବୋଲି ସ୍ଥିର କରାଯାଇଥିଲା। ଉକ୍ତ ରାସ୍ତାରେ ଯାତାୟାତ କରୁଥିବା ବିଭିନ୍ନ ଶିଳ୍ପ ସଂସ୍ଥାର ବସ୍‌ଗୁଡ଼ିକର ରହଣୀସ୍ଥଳ ହ୍ରାସ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri