୯ କମିଟିକୁ ଉଚ୍ଚ ମୂର୍ତ୍ତି ଅନୁମତି

କଟକ ଅଫିସ,୨୦।୧୦: କଟକ ଦଶହରା ମୂର୍ତ୍ତି ନିର୍ମାଣ ବିବାଦକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାର ସୋମବାର ଶୁଣାଣି ହୋଇଥିଲା। ଯେଉଁ ୯ଟି ପୂଜା କମିଟି ୪ ଫୁଟରୁ ଅଧିକ ଉଚ୍ଚର ମୂର୍ତ୍ତି ନିର୍ମାଣ କରିଛନ୍ତି ସେମାନେ ସେତିକି ଉଚ୍ଚର ମୂର୍ତ୍ତି ରଖି ପୂଜା କରିବେ ବୋଲି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ଓ ଜଷ୍ଟିସ ବି.ଆର୍‌. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲା ପ୍ରଶାସନ ପକ୍ଷରୁ ବିସର୍ଜନର ସମସ୍ତ ବନ୍ଦୋବସ୍ତ କରାଯିବ ବୋଲି ଶୁଣାଣିରେ ସ୍ପଷ୍ଟ କରାଯାଇଛି। ଏହି ଶୁଣାଣି ପରେ ସହରରେ ଦଶହରା ମୂର୍ତ୍ତି ନିର୍ମାଣ ବିବାଦର ଅନ୍ତ ଘଟିଛି।
ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ଦଶହରାକୁ ନେଇ ଏକ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରିଥିଲେ। ମୂର୍ତ୍ତି ଉଚ୍ଚତା ୪ ଫୁଟ ରହିବ ଓ ମଣ୍ଡପକୁ ୩ ପାର୍ଶ୍ୱରୁ ଆବଦ୍ଧ ରଖାଯାଇ ପୂଜା କରାଯିବ ବୋଲି ଗାଇଡ୍‌ଲାଇନରେ ଉଲ୍ଲେଖ କରାଯାଇଥିଲା। ହେଲେ ଏହା ଜାରି ପୂର୍ବରୁ ସହରର ୯ଟି ପୂଜା କମିଟି ୪ ଫୁଟରୁ ଅଧିକ ଉଚ୍ଚର ମୂର୍ତ୍ତି ନିର୍ମାଣ କରିସାରିଥିଲେ। ପରେ ପୋଲିସ ପ୍ରଶାସନ ବିଭିନ୍ନ ପୂଜା କମିଟି ଯାଞ୍ଚ କରି ରିପୋର୍ଟ ପ୍ରସ୍ତୁତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ଯେଉଁ ୯ଟି ପୂଜା କମିଟି ବଡ଼ ମୂର୍ତ୍ତି ନିର୍ମାଣ କରିଥିଲେ, ସେମାନେ ମୂର୍ତ୍ତିର ଆକାର ପରିବର୍ତ୍ତନ କରିବାକୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ପୁନର୍ବାର ହାଇକୋର୍ଟରେ ୫ ମାମଲା ରୁଜୁ ହୋଇଥିଲା। ଏହାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଥିଲା। ଏଥିରେ ୪ଫୁଟ ମୂର୍ତ୍ତି ସପକ୍ଷରେ ମତ ରଖାଯାଇଥିଲା। ମୂର୍ତ୍ତି ନିର୍ମାଣକୁ ନେଇ ଅନୁଧ୍ୟାନ ରିପୋର୍ଟ ଦାଖଲ କରିବାକୁ ଆଡ୍‌ଭୋକେଟ ଜେନେରାଲ(ଏଜି)ଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସୋମବାର ଏଜିଙ୍କ ପକ୍ଷରୁ ରିପୋର୍ଟ ଦାଖଲ ହୋଇଥିଲା। ଏହି ରିପୋର୍ଟ ଆଧାରରେ ଶୁଣାଣି ହୋଇଛି। ଶୁଣାଣି ସମୟରେ ବାଲୁବଜାର, ଉପର ତେଲେଙ୍ଗାବଜାର ଓ ଫିରିଙ୍ଗିବଜାର ପୂଜା କମିଟିର ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଶାନ୍ତିଶୃଙ୍ଖଳାରେ ପୂଜା ସମାପନ କରିବାକୁ ହାଇକୋର୍ଟ ସହରର ସମସ୍ତ ପୂଜା କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ପୂଜା ଓ ବିସର୍ଜନ ସମୟରେ ଗହଳି ନ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri