୯ କମିଟିକୁ ଉଚ୍ଚ ମୂର୍ତ୍ତି ଅନୁମତି

କଟକ ଅଫିସ,୨୦।୧୦: କଟକ ଦଶହରା ମୂର୍ତ୍ତି ନିର୍ମାଣ ବିବାଦକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାର ସୋମବାର ଶୁଣାଣି ହୋଇଥିଲା। ଯେଉଁ ୯ଟି ପୂଜା କମିଟି ୪ ଫୁଟରୁ ଅଧିକ ଉଚ୍ଚର ମୂର୍ତ୍ତି ନିର୍ମାଣ କରିଛନ୍ତି ସେମାନେ ସେତିକି ଉଚ୍ଚର ମୂର୍ତ୍ତି ରଖି ପୂଜା କରିବେ ବୋଲି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ଓ ଜଷ୍ଟିସ ବି.ଆର୍‌. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲା ପ୍ରଶାସନ ପକ୍ଷରୁ ବିସର୍ଜନର ସମସ୍ତ ବନ୍ଦୋବସ୍ତ କରାଯିବ ବୋଲି ଶୁଣାଣିରେ ସ୍ପଷ୍ଟ କରାଯାଇଛି। ଏହି ଶୁଣାଣି ପରେ ସହରରେ ଦଶହରା ମୂର୍ତ୍ତି ନିର୍ମାଣ ବିବାଦର ଅନ୍ତ ଘଟିଛି।
ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ଦଶହରାକୁ ନେଇ ଏକ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରିଥିଲେ। ମୂର୍ତ୍ତି ଉଚ୍ଚତା ୪ ଫୁଟ ରହିବ ଓ ମଣ୍ଡପକୁ ୩ ପାର୍ଶ୍ୱରୁ ଆବଦ୍ଧ ରଖାଯାଇ ପୂଜା କରାଯିବ ବୋଲି ଗାଇଡ୍‌ଲାଇନରେ ଉଲ୍ଲେଖ କରାଯାଇଥିଲା। ହେଲେ ଏହା ଜାରି ପୂର୍ବରୁ ସହରର ୯ଟି ପୂଜା କମିଟି ୪ ଫୁଟରୁ ଅଧିକ ଉଚ୍ଚର ମୂର୍ତ୍ତି ନିର୍ମାଣ କରିସାରିଥିଲେ। ପରେ ପୋଲିସ ପ୍ରଶାସନ ବିଭିନ୍ନ ପୂଜା କମିଟି ଯାଞ୍ଚ କରି ରିପୋର୍ଟ ପ୍ରସ୍ତୁତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ଯେଉଁ ୯ଟି ପୂଜା କମିଟି ବଡ଼ ମୂର୍ତ୍ତି ନିର୍ମାଣ କରିଥିଲେ, ସେମାନେ ମୂର୍ତ୍ତିର ଆକାର ପରିବର୍ତ୍ତନ କରିବାକୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ପୁନର୍ବାର ହାଇକୋର୍ଟରେ ୫ ମାମଲା ରୁଜୁ ହୋଇଥିଲା। ଏହାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଥିଲା। ଏଥିରେ ୪ଫୁଟ ମୂର୍ତ୍ତି ସପକ୍ଷରେ ମତ ରଖାଯାଇଥିଲା। ମୂର୍ତ୍ତି ନିର୍ମାଣକୁ ନେଇ ଅନୁଧ୍ୟାନ ରିପୋର୍ଟ ଦାଖଲ କରିବାକୁ ଆଡ୍‌ଭୋକେଟ ଜେନେରାଲ(ଏଜି)ଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସୋମବାର ଏଜିଙ୍କ ପକ୍ଷରୁ ରିପୋର୍ଟ ଦାଖଲ ହୋଇଥିଲା। ଏହି ରିପୋର୍ଟ ଆଧାରରେ ଶୁଣାଣି ହୋଇଛି। ଶୁଣାଣି ସମୟରେ ବାଲୁବଜାର, ଉପର ତେଲେଙ୍ଗାବଜାର ଓ ଫିରିଙ୍ଗିବଜାର ପୂଜା କମିଟିର ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଶାନ୍ତିଶୃଙ୍ଖଳାରେ ପୂଜା ସମାପନ କରିବାକୁ ହାଇକୋର୍ଟ ସହରର ସମସ୍ତ ପୂଜା କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ପୂଜା ଓ ବିସର୍ଜନ ସମୟରେ ଗହଳି ନ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri