ଆଜି ରାଜ୍ୟରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କଟକ, ଯାଜପୁର ଏବଂ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୯୮ରେ ପହଞ୍ଚିଥିବା ବେଳେ ୧୨,୭୮,୭୩୭ ଜଣ ସୁସ୍ଥ ହୋଇଛନ୍ତି। ୮୪ ଜଣ ଚିକିିତ୍ସିତ ହେଉଛନ୍ତି।