ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାକୁ ୯ଟି ଇକ୍‌ମୋ ମେଶିନ୍‌ ଆସିବ। ସବୁଗୁଡ଼ିକ ଏସ୍‌ସିବି ମେଡିକାଲରେ ଲାଗିବ। ଏହି ୯ଟି ଇକ୍‌ମୋ ମେଶିନ୍‌ ମଧ୍ୟରୁ ୬ଟି ରାଜ୍ୟ ସରକାରଙ୍କ ପାଣ୍ଠିରୁ ଆସିବ। ବାକି ୩ଟି ମେଶିନ ସିଏସ୍‌ଆର୍‌ ପାଣ୍ଠିରୁ କିଣାଯିବ। ଇକ୍‌ମୋ ପରିଚାଳନା ପାଇଁ ଆବଶ୍ୟକ ବିଶେଷଜ୍ଞ ଚୟନ ସରିଛି। ସେମାନଙ୍କୁ ପ୍ରଶିକ୍ଷଣ ନେବାକୁ କୋଲକାତା ପଠାଯିବ। ଜୁଲାଇ ୩୧ ସୁଦ୍ଧା ପ୍ରଶିକ୍ଷଣ ସରିବ। ଅଗଷ୍ଟ ୧୫ରୁ ଇକ୍‌ମୋ କାର୍ଯ୍ୟକ୍ଷମ ହେବ ବୋଲି ମହାପାତ୍ର କହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଇକ୍‌ମୋ ମେଶିନର ଅଭାବ ଯୋଗୁ ବହୁ କରୋନା ଆକ୍ରାନ୍ତ ଚିକିତ୍ସା ସେବାରୁ ବଞ୍ଚତ୍ତ ହୋଇ ବାହାର ରାଜ୍ୟ ଉପରେ ନିର୍ଭର କରୁଛନ୍ତି। ଏହି ଚିକିତ୍ସା ପାଇଁ ବହୁ ଟଙ୍କା ଆବଶ୍ୟକ ଥିବାବେଳେ ବାହାର ରାଜ୍ୟକୁ ଯାଇ ଚିକିତ୍ସା କରାଇବା ସମସ୍ତଙ୍କ ପକ୍ଷେ ସମ୍ଭବ ହୋଇପାରୁ ନାହିଁ। ତେଣୁ ଅନ୍ୟମାନଙ୍କ ସହାୟତା ନେଇ ବହୁ ରୋଗୀ ଏବେ ବି ଅନ୍ୟ ରାଜ୍ୟରେ ଚିକିତ୍ସିତ ହେଉଛନ୍ତି। ଏସ୍‌ସିବିରେ ଇକ୍‌ମୋ ମେଶିନ କାର୍ଯ୍ୟକ୍ଷମ ହେଲେ ବହୁ ରୋଗୀ ଉପକୃତ ହେବେ ବୋଲି ଆଶା କରାଯାଉଛି।
ଅନ୍ୟପକ୍ଷରେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମହାପାତ୍ର କରୋନା ମୃତ୍ୟୁକୁ ନେଇ ଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି। ସେ କହିଛନ୍ତି, ଏବେ ଯେଉଁ ମୃତ୍ୟୁ ସଂଖ୍ୟା ଆସୁଛି, ତାହା ବର୍ତ୍ତମାନର ନୁହେଁ। ଆଜି ଆସୁଥିବା ମୃତ୍ୟୁସଂଖ୍ୟା ଗତକାଲିର ଘଟଣା ନୁହେଁ। କୋଭିଡ୍‌ ମୃତ୍ୟୁ ୩ ଥାକିଆ ଅଡିଟ୍‌ କମିଟି ଦ୍ୱାରା ସ୍ଥିର ହୋଇଥାଏ। ସମ୍ପୃକ୍ତ ମେଡିକାଲ, ଜିଲା ଓ ରାଜ୍ୟ କମିଟି ଅଡିଟ୍‌ କରିଥାଏ। ମେ’ ଓ ଜୁନ୍‌ରେ ପ୍ରବଳ କେସ୍‌ ଥିବାରୁ ଡାକ୍ତର ସମୟ ପାଇ ନ ଥିଲେ। ମେ’ ଓ ଜୁନ୍‌ରେ ଘଟିଥିବା ମୃତ୍ୟୁକୁ ସମୀକ୍ଷା କରାଯାଇ ଏବେ ସଂଖ୍ୟା ଆସୁଛି। ଏହି ଅବସରରେ ସେ ରାଜ୍ୟରେ କୋଭିଡ୍‌ ସ୍ଥିତି, ପଜିଟିଭ୍‌ ହାର, ଶଯ୍ୟା କ୍ଷମତା, ଭେଣ୍ଟିଲେଟର, ଆଇସିୟୁର ଉପଲବ୍ଧତା, ସମ୍ଭାବ୍ୟ ତୃତୀୟ ଲହର ନିମନ୍ତେ ପ୍ରସ୍ତୁତି, ଘରକୁ ଘର ବୁଲି ସର୍ବେକ୍ଷଣ ଓ ଟିକାକରଣ ଅଭିଯାନ ଉପରେ ସୂଚନା ଦେଇଥିଲେ। ଜନସାଧାରଣଙ୍କୁ କୋଭିଡ୍‌ ନିୟମାବଳୀର କଠୋର ଅନୁପାଳନ ନିମନ୍ତେ ମହାପାତ୍ର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri