ନିର୍ବାଚନ ପାଇଁ କଂଗ୍ରେସ ଦେଲା ୯ ଗ୍ୟାରେଣ୍ଟି, କ୍ଷମତାକୁ ଆସିଲେ କୃଷକଙ୍କୁ ମାସିକ ମିଳିବ ୨୦୦୦ ଟଙ୍କା

ଭୁବନେଶ୍ୱର,୧୫।୩: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ୯ ଗ୍ୟାରେଣ୍ଟି ଦେଇଛି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କଂଗ୍ରେସ ସବୁବର୍ଗକୁ ଲକ୍ଷ୍ୟ କରି ଏହି ୯ ଗ୍ୟାରେଣ୍ଟି ଆଣିଥିବା ବେଳେ କ୍ଷମତାକୁ ଆସିଲେ ଏହି ଗ୍ୟାରେଣ୍ଟି କାର୍ଯ୍ୟକାରୀ ହେବ।

ଜାଣନ୍ତୁ କଂଗ୍ରେସର ୯ ଗ୍ୟାରେଣ୍ଟି…

-ବୋନସ ସହ ଧାନ ଏମଏସପି ୩୦୦୦ ଟଙ୍କା, କୃଷିଋଣ ଛାଡ, କୃଷକଙ୍କ ପାଇଁ ମାସିକ ପେନସନ ୨୦୦୦ ଟଙ୍କା
– ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ ପର୍ଯ୍ୟନ୍ତ ବିଦ୍ୟୁତ ଦେୟ ଛାଡ
– ୫ ଲକ୍ଷ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା
– ଏସଏଚଜିକୁ ବ୍ୟାଙ୍କ ଋଣ ଛାଡ, ଚିଟଫଣ୍ଡ ଅର୍ଥ ଫେରସ୍ତ
– ଗୃହଲକ୍ଷ୍ମୀ ଯୋଜନାରେ ଘରର ମହିଳା ମୁଖ୍ୟଙ୍କୁ ୨୦୦୦ ଟଙ୍କା ଭତ୍ତା
– ପ୍ରତି ପରିବାରକୁ ମାସିକ ୫୦୦ ଟଙ୍କାରେ ସିଲିଣ୍ଡର
– ସମସ୍ତଙ୍କୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା
– ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା
-କ୍ଷମତାକୁ ଆସିଲେ ୧୦୦ ଦିନ ଭିତରେ ରାଜ୍ୟରେ ଜାତିଭିତ୍ତିକ-ସାମାଜିକ,ଆର୍ଥିକ ସର୍ଭେ ଆରମ୍ଭ ଏବଂ ଅନୁସୂଚିିତ ଜାତି/ଜନଜାତିଙ୍କୁ ୩୫ କିଲୋ ଚାଉଳ ସହିତ ୧ କେଜି ଡାଲି, ୧ ଲିଟର ତେଲ, ୧ କେଜି ଲୁଣ ଓ ୨୫୦ ଗ୍ରାମ ହଳଦୀ ଦିଆଯିବ

 


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ) ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri