୯ ହସ୍ତତନ୍ତ, ୩ ହସ୍ତଶିଳ୍ପ ଉତ୍ପାଦକୁ ମିଳିଛି ଜିଆଇ ଟ୍ୟାଗ୍‌

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରେ ହସ୍ତତନ୍ତ ଉତ୍ପାଦନ ୪୧୦.୩୭ କୋଟି ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ହସ୍ତଶିଳ୍ପର ବାର୍ଷିକ କାରବାର ୧୪୫.୩୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ୨୦୨୩ରେ ବିଭାଗ ଦ୍ୱାରା ରୂପାନ୍ତରିତ ଦେୟ ବାବଦକୁ ବୁଣାକାରମାନଙ୍କୁ ୧୪୬.୪୦କୋଟି ଟଙ୍କା ପ୍ରଦାନ କରାଯାଇଛି। ବୟନିକାର ବାର୍ଷିକ କାରବାର ୧୬୨.୧୪ କୋଟି ଟଙ୍କା ହୋଇଥିବାବେଳେ ସମ୍ବଲପୁରୀ ବସ୍ତ୍ରାଳୟ ୭୧.୨୪ କୋଟି ଟଙ୍କା, ଉତ୍କଳିକା ୧୭.୭୯କୋଟି ଟଙ୍କା ଓ ଅମ୍ଳାନ ୪.୪୬ କୋଟି ଟଙ୍କା ବାର୍ଷିକ କାରବାର କରିଛି। ୯ଟି ହସ୍ତତନ୍ତ ଓ ୩ଟି ହସ୍ତଶିଳ୍ପ ଉତ୍ପାଦ ଜିଆଇ ଟ୍ୟାଗ୍‌ ପାଇଛି। ଆଉ ୫ଟି ହସ୍ତଶିଳ୍ପ ଉତ୍ପାଦକୁ ଜିଆଇ ଟ୍ୟାଗ୍‌ ମିଳିବା ନିମନ୍ତେ ବିଭାଗ ପକ୍ଷରୁ ଆବେଦନ କରାଯାଇଛି। ୧୮,୬୧୧ ରେଶମ ଚାଷୀ ସମବାୟ ସମିତିର ସଦସ୍ୟ ଭାବେ ଅନ୍ତର୍ଭୁକ୍ତ ହୋଇଛନ୍ତି। ସେହିପରି ଟସର ସିଲ୍‌କ ଉତ୍ପାଦନ ୧୨୯.୦୯ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ବିଭାଗର ପ୍ରୋତ୍ସାହନ ଯୋଗୁ ବୁଣାକାରଙ୍କ ବାର୍ଷିକ ମୁଣ୍ଡପିଛା ଆୟ ୫୮ ହଜାର ୮୫ ଟଙ୍କା ହୋଇପାରିଛି। ସାମାଜିକ ସୁରକ୍ଷା ଯୋଜନାରେ ୧୪୪୭ ଜଣ ବୁଣାକାର ସାମିଲ ହୋଇଛନ୍ତି। ବିଭାଗର ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ସୂଚନା ଦେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ କହିଛନ୍ତି, ୬୦,୭୭୩ ମହିଳା ବୁଣାକାର୨୦୫୫ଟି ତନ୍ତକୁ ସ୍ବତନ୍ତ୍ର ରୂପେ ଉପଯୋଗ କରି ଆର୍ଥିକ ଦୃଷ୍ଟିରୁ ସଶକ୍ତ ହୋଇପାରିଛନ୍ତି। ୬୫୮ଟି ହସ୍ତତନ୍ତ ସ୍ବୟଂ ସହାୟକ ଗୋଷ୍ଠୀ ଅଧୀନରେ ୭୭୩୭ ମହିଳା ବୟନ କାର୍ଯ୍ୟରେ ଅଂଶଗ୍ରହଣ କରିପାରିଛନ୍ତି। ସେହିଭଳି ହସ୍ତଶିଳ୍ପ କ୍ଷେତ୍ରରେ ୮୯,୫୫୬ ମହିଳା ହସ୍ତଶିଳ୍ପୀ ରାଜ୍ୟରେ କାର୍ଯ୍ୟରତ। ୯୩୯ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ହସ୍ତଶିଳ୍ପ ପ୍ରସ୍ତୁତ କରି ଆର୍ଥିକ ଦୃଷ୍ଟିରୁ କ୍ଷମତାପନ୍ନ ହୋଇଛନ୍ତି। ୨୦୨୧ରୁ ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନା କାର୍ଯ୍ୟକାରୀ କରାଯାଉଛି। ବୁଣାକାରମାନଙ୍କୁ ବୈଦ୍ୟୁତିକ ପଙ୍ଖା, ବଲ୍‌ବ ଓ ଇନ୍‌ଭର୍ଟର ଯୋଗାଇ ଦିଆଯାଉଛି। ୯୦୪୧ ଜଣ ବୁଣାକାର ଏହି ଯୋଜନାରେ ଲାଭ ପାଇପାରିଛନ୍ତି ବୋଲି ସେ କହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୫୭,୭୨୭ କାରିଗରଙ୍କୁ ଦକ୍ଷତା ତାଲିମ ଦିଆଯାଇଛି। ଶିଳ୍ପୀ ଉନ୍ନତି ଯୋଜନାରେ ହସ୍ତଶିଳ୍ପ ୟୁନିଟ୍‌ ସ୍ଥାପନ ପାଇଁ ବ୍ୟାଙ୍କ ଋଣ ନେବା ପାଇଁ ୨୦% ମାର୍ଜିନ୍‌ ରାଶି ସହାୟତା ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଯୋଗାଇ ଦିଆଯାଇଛି। ୨୦୦୦ରୁ ବର୍ତ୍ତମାନ ସୁଦ୍ଧା ୧୩,୬୧୮ ହସ୍ତଶିଳ୍ପ କାରିଗର ଏହି ଯୋଜନାରୁ ଲାଭ ଉଠାଇଛନ୍ତି। ରାଜ୍ୟର ଟସର ସିଲ୍‌କ ପାର୍କ ମଡେଲକୁ ଜାତୀୟ ସ୍ବୀକୃତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?