ଖୋଲିଲା ମଝିଘରିଆଣୀଙ୍କ ୯ ହୁଣ୍ଡି: ମିଳିଲା ୯୪.୪୯ ଲକ୍ଷ, ୫ ବିଦେଶୀ ନୋଟ ସହ ୯୩ ଗ୍ରାମ୍‌ ସୁନା

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ସୋମବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩.୧୦ ଗ୍ରାମ ସୁନା ଓ ୨ କେଜି ୧୭୦ ଗ୍ରାମ ରୁପା ବାହାରିଥିବା ଜଣାପଡ଼ିଛି। ଏଥିସହିତ ବିଭିନ୍ନ ଦେଶର ୫ଟି ନୋଟ୍‌ ମଧ୍ୟ ବାହାରିଛି।

ସେଥିମଧ୍ୟରୁ ୩ଟି ଆମେରିକାନ୍‌ ଡଲାର, ଓମାନ ସେଣ୍ଟ୍ରାଲ ବ୍ୟାଙ୍କର ୧, କତାର ସେଣ୍ଟ୍ରାଲ ବ୍ୟାଙ୍କର ୧ ନୋଟ୍‌ ସହ ପୁରୁଣା ୫ ଟଙ୍କିଆ ୩ଟା ନୋଟ୍‌ ବାହାରିଛି। ବିଦେଶରେ ରହୁଥିବା କୌଣସି ଭକ୍ତ ମା’ଙ୍କ ଦର୍ଶନ ପାଇଁ ଆସି ଏହି ବିଦେଶୀ ଟଙ୍କା ହୁଣ୍ଡିରେ ଦାନ କରିଥିବା ଅନୁମାନ କରାଯାଉଛି। ରବିବାର ସକାଳ ୧୦ଟାରେ ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ତରଫରୁ ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ ହୋଇଥିଲା।

ହୁଣ୍ଡିରୁ ବାହାରିଥିବା ଟଙ୍କା ୟୁନିୟନ ବ୍ୟାଙ୍କ ଅଫ ଇଣ୍ଡିଆରେ ଗଚ୍ଛିତ ରଖାଯିବ। ସେହିଭଳି ସୁନା ଓ ରୁପା ଜିଲା କୋଷାଗାରରେ ରଖାଯିବ ବୋଲି ମନ୍ଦିର ଟ୍ରଷ୍ଟ ପକ୍ଷରୁ କୁହାଯାଇଛି। ଏହି ଗଣତିରେ ବ୍ୟାଙ୍କ କର୍ମଚାରୀଙ୍କ ସମେତ ଅନେକ ସ୍ବେଚ୍ଛାସେବୀ ସାମିଲ ହୋଇଥିଲେ। ଗଣତି ବେଳେ ପୋଲିସ ଓ ମନ୍ଦିର ସୁରକ୍ଷା କର୍ମୀଙ୍କ ଦ୍ବାରା ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇଥିଲା।

ସୂଚନାଯୋଗ୍ୟ, ଏହା ପୂର୍ବରୁ ୨୦୨୪ ଜୁଲାଇ ୨୪ରେ ମା’ଙ୍କ ହୁଣ୍ଡିରୁ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା ସହିତ ୫୩ ଗ୍ରାମ୍‌ ସୁନା ଓ ୨୩୯୨ ଗ୍ରାମ୍‌ ରୁପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ୩୩ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଥିଲା। ଏଥିରେ ଇଂଲଣ୍ଡର ୨୦ ପାଉଣ୍ଡ ନୋଟ୍‌ ୨୦ଟି, ୧୦ ପାଉଣ୍ଡ ନୋଟ ୧୦ଟି, କାନାଡ଼ାର ୫ କାନାଡିଆନ ଡଲାର ୧ଟି, ଆମେରିକାର ୨୦ ଡଲାର ନୋଟ୍‌ ୧ଟି ଏବଂ ଥାଇଲାଣ୍ଡର ୧୦୦ ଥାଇ ନୋଟ୍‌ ରହିଥିଲା ା
ଫଟୋ- ମା’ ମଝିଘରିଆଣୀ ମନ୍ଦିର ଦାନହୁଣ୍ଡିରୁ ବାହାରିଥିବା ଟଙ୍କା ଗଣତି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?