Posted inଜାତୀୟ

୩ ବର୍ଷରେ ୯ କଶ୍ମୀରୀ ପଣ୍ଡିତଙ୍କୁ କରାଯାଇଛି ହତ୍ୟା…

ନୂଆଦିଲ୍ଲୀ,୧୪।୧୨ : କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟ ସଭାରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୨୦ ରୁ ୨୦୨୨ ଗତ ତିନିବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରେ ୯ ଜଣ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା କରାଯାଇଛି। ସେମାନଙ୍କ ମଧ୍ୟରେ କଶ୍ମୀରୀ ରାଜପୁତ ସମ୍ପ୍ରଦାୟର ଜଣେ ବ୍ୟକ୍ତି ଅଛନ୍ତି। ଏହା ବ୍ୟତୀତ ଅନ୍ୟ ଏକ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ୨ ଡିସେମ୍ବର ୨୦୨୨ ପର୍ଯ୍ୟନ୍ତ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) କୋଏମ୍ବାଟୁର ବିସ୍ଫୋରଣ ମାମଲା ସହିତ ୪୯୭ ଟି ମାମଲା ରୁଜୁ କରିଛି।

ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ବିବରଣୀ ଦେଇ ସେ କହିଛନ୍ତି ଯେ ଏନସିବି ଗତ ବର୍ଷ କେରଳର ବନ୍ଦରରୁ ୧,୨୭୪ କୋଟି ଟଙ୍କା ମୂଲ୍ୟର ୬୩୭ କିଲୋଗ୍ରାମ ହେରୋଇନ ଜବତ କରିଥିଲା। ଏହି ଘଟଣାରେ ୧୧ ଜଣ ବିଦେଶୀଙ୍କୁ ଗିରଫ କରାଯାଇଥିଲା।

ସିବିଆଇ ତଦନ୍ତ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ବୁଧବାର କହିଛନ୍ତି ଯେ ତେଲେଙ୍ଗାନା ଏବଂ ମେଘାଳୟ ସମେତ ନଅଟି ରାଜ୍ୟ କେତେକ ଅପରାଧର ତଦନ୍ତ ପାଇଁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋକୁ ଦିଆଯାଇଥିବା ସାଧାରଣ ସମ୍ମତି ପ୍ରତ୍ୟାହାର କରି ନେଇଛନ୍ତି। ଦିଲ୍ଲୀର ସ୍ପେଶାଲ ପୋଲିସ ଏଷ୍ଟାବ୍ଲିସମେଣ୍ଟ (ଡିଏସପିଏ) ଅଧିନିୟମ, ୧୯୪୬ର ଧାରା ୬ ଅନୁଯାୟୀ ସିବିଆଇ ଏହାର ଅଧିକାର ଅଧୀନରେ ଅନୁସନ୍ଧାନ କରିବା ପାଇଁ ସମ୍ପୃକ୍ତ ରାଜ୍ୟ ସରକାରଙ୍କ ସହମତି ଆବଶ୍ୟକ ବୋଲି ସେ ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri