ପ୍ରଥମଦିନରେ ୯ଲକ୍ଷ ବରିଷ୍ଠ ନାଗରିକ, ସ୍ୱାସ୍ଥ୍ୟକର୍ମୀ ନେଲେ କରୋନା ବୁଷ୍ଟର ଡୋଜ

ନୂଆଦିଲ୍ଲୀ,୧୧ ।୧: ଦେଶରେ ଗୋଟିଏ ପଟେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଅନ୍ୟପଟେ ସୋମବାର କୋଭିଡ ରୋଧି ଟିକାର ପ୍ରିକଶନ ଡୋଜ ବା ତୃତୀୟ ଡୋଜ ଟିକାକରଣ ଆରମ୍ଭ କରାଯାଇଛି । ପ୍ରଥମଦିନ ବରିଷ୍ଠ ନାଗରିକ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଯେଉଁମାନେ ପ୍ରଥମେ ବୁଷ୍ଟର ଡୋଜ ନେବା ଆବଶ୍ୟକ ଏମିତି ୯ ଲକ୍ଷରୁ ଅଧିକ ଲୋକଙ୍କୁ ବୁଷ୍ଟର ଡୋଜ ଦିଆଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ୮୨ଲକ୍ଷ ୭୬ ହଜାର ୧୫୮ ଡୋଜ ଟିକା ଦିଆସରିଛି । ଏହାସହ ଦେଶରେ ପ୍ରାୟ ୧୫୨.୭୮ କୋଟି ଡୋଜ ଟିକା ଦିଆଯାଇଛି । ଏଥିମଧ୍ୟରେ ୧୫-୧୮ ବର୍ଷ କିଶୋରଙ୍କୁ ୨୧ ଲକ୍ଷ ୪୯ ହଜାର ୨୦୦ ଡୋଜ ସାମିଲ ଅଛି । ସେହିପରି ୬୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ୨ଲକ୍ଷ ୫୪ ହଜାର ୮୬୮, ସ୍ୱାସ୍ଥ୍ୟକର୍ମୀ ୪ଲକ୍ଷ ୯୧ ହଜାର ୧୩ ଓ ଫ୍ରଣ୍ଟ ଲାଇନ ୱାର୍କର୍ସଙ୍କୁ ୧ଲକ୍ଷ ୯୦ ହଜାର ୮୩୮ ବୁଷ୍ଟର ଡୋଜ ଦିଆଯାଇଛି ।
ରାଜଧାନୀ ଦିଲ୍ଲୀରେ ୬୨୧୨ ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ମୋଟ ୧୮,୭୯୫ ଜଣଙ୍କୁ କୋଭିଡ ବୁଷ୍ଟର ଡୋଜ ଦିଆଯାଇଛି । ଏପଟେ କୋଭିଡ ଟିକାକରଣ କାର୍ଯ୍ୟକ୍ରମକୁ ଆଗେଇ ନେବାକୁ କେନ୍ଦ୍ର କହିଛି କୋଭିଡ ଟିକାକରଣ କେନ୍ଦ୍ରର କୌଣସି ସମୟ ସୀମା ନାହିଁ । ଏହା ଲୋକଙ୍କ ଭିଡକୁ ଦେଖି କାମ କରିବ ଓ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri