ଗୁଳି ବିନିମୟରେ ୯ ମାଓବାଦୀ ମୃତ: ୫ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୩ା୯(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ଜଣେ ମହିଳାଙ୍କ ସମେତ ୫ ମାଓବାଦୀ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମେହେତା ଆର୍‌ପିସି କେଏଏମ୍‌ଏସ୍‌ ସଦସ୍ୟା ପୋଡିୟମ ବୁଦରି, ଗୋଲାପାଲି ଏଲ୍‌ଓଏସ୍‌ ସଦସ୍ୟ ୧ ଲକ୍ଷ ପୁରସ୍କାର ଘୋଷିତ ମଲାମ ଦେବା, ସିଙ୍ଗାରାମ ଆର୍‌ପିସି ଡିକେଏମ୍‌ଏସ୍‌ ସଭାପତି ୧ ଲକ୍ଷ ପୁରସ୍କାର ଘୋଷିତ କାରତମ ହିଡମା, ସିଙ୍ଗାରାମ ଆରପିସି ମିଲିସିଆ ସଦସ୍ୟ ମାଡବି ଯୋଗୀ ଓ ଅଲମପାଲୀ ପଞ୍ଚାୟତ ସିଏନ୍‌ଏସ୍‌ ଉପାଧ୍ୟକ୍ଷ ଦୁଧୀ ଜଗା ା ସୁକ୍‌ମା ଜିଲା ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅନନ୍ତ ହାଂସ, ସହକାରୀ କମାଣ୍ଡାଣ୍ଟ ୧୩୧ ବାହିନୀ ସିଆର୍‌ପିଏଫ୍‌ଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ପୋଲିସ ପାଟ୍ରୋଲିଂ ଦଳ ଉପରେ ଆକ୍ରମଣ, ରାସ୍ତାରେ ଲାଣ୍ଡମାଇନ୍‌ ଲଗାଇବା, ରାସ୍ତା ଖୋଳିବା ଓ ମୁଖ୍ୟରାସ୍ତା ଅବରୋଧ କରିବା ଭଳି ବିଭିନ୍ନ ହିଂସାରେ ଜଡ଼ିତ ଥିଲେ।

ଏହା ପୂର୍ବରୁ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୯ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଛି। ସେମାନେ ବ୍ୟବହାର କରୁଥିବା ବିପୁଳ ପରିମାଣ ଅସ୍ତ୍ରଶସ୍ତ୍ର ଜବତ ହୋଇଛି ା ଡିଆର୍‌ଜି ଓ ସିଆର୍‌ପିଏଫ୍‌ ବାହିନୀ ମିଳିତ ଭାବେ ମାଓବାଦୀ ଦମନ ଅଭିଯାନରେ ସର୍ଚ୍ଚ ଅପରେଶନ କରୁଥିଲେ। ଦାନ୍ତଓ୍ବୋଡା ଓ ବିଜାପୁର ସୀମାବର୍ତ୍ତୀ ଅଞ୍ଚଳ ପଶ୍ଚିମବସ୍ତର ଡିଭିଜନରେ ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ସର୍ଚ୍ଚ ଅପରେଶନ କରାଯାଇଥିଲା। ଲୋହା ଗ୍ରାମ ପେଡିଆ ଜଙ୍ଗଲରେ ମାଓବାଦୀମାନେ ଥିବା ଜାଣି ସୁରକ୍ଷା କର୍ମୀମାନେ ସେଠାକୁ ଯାଇଥିଲେ। ଯବାନମାନଙ୍କ ଆସିବା ଦେଖି ମାଓବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିବା ବେଳେ ପାଲଟା ଜବାବରେ ସୁରକ୍ଷା କର୍ମୀମାନେ ମଧ୍ୟ ଗୁଳି ଚାଳନା କରିଥିଲେ। ଉଭୟଙ୍କ ମଧ୍ୟରେ ବହୁ ସମୟ ଧରି ଗୁଳି ଚାଳନା ଚାଲିଥିବା ବେଳେ ମାଓବାଦୀମାନେ ସୁରକ୍ଷା କର୍ମୀଙ୍କ ଆକ୍ରମଣକୁ ସାମ୍ନା୍‌କରି ନ ପାରି ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ। ପରେ ସର୍ଚ୍ଚ ସମୟରେ ୯ ମାଓବାଦୀଙ୍କ ମୃତଦେହ ଜବତ କରାଯାଇଥିଲା। ଏଥିସହ ଘଟଣାସ୍ଥଳରୁ ଏସ୍‌ଏଲ୍‌ଆର୍‌ ୩୦୩ ରାଇଫଲ, ୩୧୫ ବୋର୍‌ ରାଇଫଲ ସହ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?