ଡକାୟତି ଉଦ୍ୟମ ବେଳେ ମହାକାଳ ଗ୍ୟାଙ୍ଗର ୯ ଗିରଫ, ୫ ପିସ୍ତଲ ସହ ମାରଣାସ୍ତ୍ର ଜବତ

କେନ୍ଦୁଝର,୧୦।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଂଚଳରେ ଡକାୟତି ଉଦ୍ୟମ ବେଳେ କେନ୍ଦୁଝର ପୋଲିସ ୯ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଆଜି ଏସପି ନିତିନ କୁଶଲକର ଏକ ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି। ସେମାନେ ମହାକାଳ ନାମରେ ଏକ ଗ୍ୟାଙ୍ଗ କରି ଅପରାଧିକ କାର୍ଯ୍ୟକଳାପ ଚଳାଇ ଆସୁଥିଲେ। ସେମାନଙ୍କ ଠାରୁ ୫ ପିସ୍ତଲ ବହୁ ଫୁଟା ଓ ଅଫୁଟା ଗୁଳି, ଖଣ୍ଡା, କଟୁରୀ, ଲୁହା ଛଡ଼ ଆଦି ମାରଣାସ୍ତ୍ର ପୋଲିସ ଜବତ କରିଛି। ସେମାନଙ୍କ ନାମରେ କେନ୍ଦୁଝର, ମୟୂରଭଞ୍ଜ ଜିଲା ତଥା ଝାରଖଣ୍ଡ ରାଜ୍ୟରେ ୩୭ରୁ ଉଦ୍ଧର୍‌ବ ଅପରାଧିକ ମାମଲା ରହିଥିବା ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ଯୋଡ଼ାରେ ନିକଟରେ ଏକ ଡକାୟତି ଉଦ୍ୟମ ଘଟଣାରେ ସଂପୃକ୍ତି ଥିବା ପୋଲିସ କହିଛି। ସାମାଜିକଗଣ ମାଧ୍ୟମରେ ସେମାନେ ରିଲସ କରି ସେମାନଙ୍କ ଦବଦବା ଜାହିର କରୁଥିଲେ। ସେମାନେ ହେଲେ ଗଣେଶ ଗିରି, ପ୍ରିୟ ଦର୍ଶନ ପ୍ରଧାନ, ପର୍ଶୁରାମ ପ୍ରଧାନ, ନିର୍ମଳ ପ୍ରଧାନ, ସୁଭାଷ ଗିରି, ରଞ୍ଜନ ପଲେଇ, ବିନୋଦ ମୁଣ୍ଡା, ରୋହିତ ନାଏକ, ଏମଡି ଜିସାନ ବୋଲି ଜଣାପଡିଛି। ପୋଲିସ ସେମାନଙ୍କ ଅନ୍ୟ କୌଣସି ଅପରାଧରେ ସଂପୃକ୍ତି ନେଇ ଯାଞ୍ଚ କରିଛି ଓ ଏଥିରେ ସଂପୃକ୍ତ ଅନ୍ୟମାନଙ୍କୁ ଗିରଫ କରିବାକୁ ଉଦ୍ୟମ ଚଳାଇଛି। ଟାଉନ ଥାନାରେ କେସ ନମ୍ବର ୭୮୫/୨୦୨୫ ରେ ମାମଲା ରୁଜୁ କରି ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?