Posted inଫୁରସତ

୫ ମିନିଟ୍‌ରେ ୧.୬ କିମି ଦୌଡ଼ିଲେ ୯ ମାସର ଗର୍ଭବତୀ

ମାଇକେଲ ମାଇଲର୍‌ ନାମକ ଜଣେ ବ୍ୟକ୍ତି ନିଜ ୟୁ ଟ୍ୟୁବ ଚ୍ୟାନେଲରେ ପ୍ରାୟ ଏକ ମିନିଟ୍‌ ଅବଧିର ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ମାଇଲରଙ୍କ ସ୍ତ୍ରୀ ମାକେନା ଏକ ଅବିଶ୍ୱସନୀୟ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ବାସ୍ତବରେ ମାକେନଙ୍କ ସହ ମାଇଲର୍‌ ଏକ ସର୍ତ୍ତ ଲଗାଇଥିଲେ। ସର୍ତ୍ତ ମୁତାବକ ୯ ମାସର ଗର୍ଭବତୀ ଥିବା ମାକେନଙ୍କୁ ୮ ମିନିଟ୍‌ ମଧ୍ୟରେ ଗୋଟିଏ ମାଇଲ୍‌ (୧.୬ କିମି) ଦୌଡ଼ିବାକୁ ପଡ଼ିବ। ଯଦି ମାକେନ ଏହି ସମୟ ମଧ୍ୟରେ ଧାର୍ଯ୍ୟ ଦୂରତା ଅତିକ୍ରମ କରିଦିଅନ୍ତି ତେବେ ମାଇଲର୍‌ ତାଙ୍କୁ ୧୦୦ ଡଲାର ଦେବେ। ଏହାପରେ ରେସ୍‌ ଆରମ୍ଭ ହୋଇଥିବାବେଳେ ସମସ୍ତଙ୍କୁ ଚକିତ କରି ୯ ମାସର ଗର୍ଭବତୀ ଥିବା ମାକେନ ୫.୨୫ ମିନିଟ୍‌ରେ ୧.୬ କିମି ଦୂରତା ଅତିକ୍ରମ କରି ସର୍ତ୍ତ ଜିତି ଯାଇଥିଲେ। ଗର୍ଭାବସ୍ଥାର ଅନ୍ତିମ ମାସରେ ମାକେନ ଏତେ ଜୋର୍‌ରେ ଦୌଡ଼ୁଥିଲେ ଯେ ଏହାକୁ ଦେଖି ସମସ୍ତେ ଚକିତ ହୋଇଯାଇଥିଲେ। ଏହି ଭିଡିଓଟିକୁ ୬ ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିସାରିଥିବାବେଳେ ଅନେକ ମଧ୍ୟ ମନ୍ତବ୍ୟ ଦେଇଛନ୍ତି। କେହି କେହି ମାକେନଙ୍କୁ ‘ଆଇରନ୍‌ ଲେଡି’ ବୋଲି କହିଥିବାବେଳେ ଆଉ କେହି ‘ଭଗବାନ ତାଙ୍କୁ ଆଶୀର୍ବାଦ କରନ୍ତୁ’ ବୋଲି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri