୯ ମାସ ବିତିଲା: ବାହାରିନି ରେଜଲ୍ଟ

କଟକ ଅଫିସ, ୨୩।୯:ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଗତ ୨୦ ତାରିଖରୁ ପିଜି ଏବଂ ୟୁଜିର ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍‌ଲାଇନରେ ପରୀକ୍ଷା ଦେଉଛନ୍ତି। ହେଲେ ପିଜିର ପ୍ରଥମ ସେମିଷ୍ଟର ବ୍ୟାକ ପେପର ପରୀକ୍ଷା ରେଜଲ୍ଟ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ। ଯାହାକୁ ନେଇ ଏବେ ଛାତ୍ର ଅସନ୍ତୋଷ ବଢିବାରେ ଲାଗିଛି। ଏ ନେଇ କେତେଜଣ ଛାତ୍ରୀଛାତ୍ର ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଟୁଇଟ୍‌ କରିଥିବା ଜଣାପଡ଼ିିଛି।

ଯେଉଁ ପିଜି ଛାତ୍ରୀଛାତ୍ରମାନେ ପ୍ରଥମ ସେମିଷ୍ଟର ପରୀକ୍ଷାରେ ଫେଲ ହୋଇଥିଲେ ସେମାନଙ୍କ ପାଇଁ ଗତ ଡିସେମ୍ବରରେ ବ୍ୟାକ୍‌ ପେପର ପରୀକ୍ଷା ହୋଇଥିଲା। ତେବେ ପରୀକ୍ଷା ସରିବାର ୯ମାସ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ଫଳ ବାହାରି ନାହିଁ। ଗତ ସେପ୍ଟେମ୍ବର ୨୦ ତାରିଖରୁ ପିଜି ଶେଷବର୍ଷର ଛାତ୍ରୀଛାତ୍ରଙ୍କ ୪ର୍ଥ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି। ଏହା ଶେଷ ହେବା ପରେ ସେମାନଙ୍କର ଯେଉଁ ସେମିଷ୍ଟରରେ ବ୍ୟାକ ଲାଗିଛି ତା’ ପାଇଁ ପୁନଃ ଏକ ପରୀକ୍ଷା କରାଯିବ। ଏଥିପାଇଁ ଛାତ୍ରୀଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଫର୍ମପୂରଣ କରିବାକୁ କୁହାଯାଇଛି। ବିଶ୍ୱବିଦ୍ୟାଳୟର କେତେକ ବିଭାଗର ପ୍ରଥମ ସେମିଷ୍ଟର ପରୀକ୍ଷାଫଳ ବାହାରି ନାହିଁ। ତେଣୁ ଛାତ୍ରୀଛାତ୍ର ଦ୍ୱନ୍ଦ୍ୱରେ ରହୁଛନ୍ତି। ସମସ୍ତ ବିଭାଗରେ ହୋଇଥିବା ସୋସିଆଲ ମିଡିଆ ଗ୍ରୁପରେ ବ୍ୟାକ ପରୀକ୍ଷା ପାଇଁ ଫର୍ମ ପୂରଣ କରିବାକୁ ସମ୍ପୃକ୍ତ ଅଧିକାରୀମାନେ କହୁଥିବା ବେଳେ ଏହାକୁ ଛାତ୍ରୀଛାତ୍ର ବିରୋଧ କରିଛନ୍ତି। ଛାତ୍ରୀଛାତ୍ରମାନେ କହିଛନ୍ତି, ବ୍ୟାକ ପେପର ପରୀକ୍ଷା ପାଇଁ ଡିସେମ୍ବରରେ ଫର୍ମ ପୂରଣ କରିଥିଲୁ ଏବଂ ଫି’ ଦେଇଥିଲୁ। ଏଯାଏ ଫଳ ବାହାରି ନାହିଁ। ପୁନଃ କିପରି ଫର୍ମ ପୂରଣ କରିବୁ ଓ ଫି ଦେବୁ ବୋଲି ସେମାନେ ପ୍ରଶ୍ନ କରିଛନ୍ତି। ଏହାକୁ ନେଇ କେତେଜଣ ଛାତ୍ରୀଛାତ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ ଟୁଇଟ୍‌ କରିଥିବା ଜଣାପଡ଼ିିଛି। ଶେଷ ସେମିଷ୍ଟର ଅକ୍ଟୋବର ୧୦ ସୁଦ୍ଧା ସରିବାକୁ ଥିବାବେଳେ ବିଶ୍ୱବିଦ୍ୟାଳୟ କରୋନା ଆଳରେ ଏପର୍ଯ୍ୟନ୍ତ ପରୀକ୍ଷାଫଳ ପ୍ରକାଶ କରୁନାହିଁ। ତେଣୁ ଛାତ୍ରୀଛାତ୍ର ଚିନ୍ତାରେ ପଡ଼ିଛନ୍ତି। ଏ ନେଇ ମୁଖ୍ୟ ପରୀକ୍ଷା ନିୟନ୍ତ୍ରକ ଡ. ସୁଦର୍ଶନ ମିଶ୍ରଙ୍କୁ ପଚାରିବାରୁ ତାଙ୍କ ପାଖରେ କୌଣସି ତଥ୍ୟ ନ ଥିବା କହିଛନ୍ତି। ଅନ୍ୟପକ୍ଷେ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର କହିଛନ୍ତି ଯେ, କରୋନା ଯୋଗୁ ଶିକ୍ଷା କ୍ଷେତ୍ରରେ ସମସ୍ୟା ଦେଖାଦେଇଛି। ଯେଉଁଥିପାଇଁ ଫଳ ପ୍ରକାଶ ପାଇବାରେ ବିଳମ୍ବ ହେଉଛି। ତେବେ ଶୀଘ୍ର ଫଳ ପ୍ରକାଶ ଲାଗି ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri