ଆଜି ଭୁବନେଶ୍ୱରରେ ପୁଣି ୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ଆଉ ୧୦

ଭୁବନେଶ୍ୱର,୨୭ା୬(ବ୍ୟୁରୋ) : ଶନିବାର ରାଜଧାନୀ ଭୁବନେଶ୍ୱରରେ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ  ୮ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଥିବା ବେଳେ ଜଣେ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି।
ଆକ୍ରାନ୍ତମାନଙ୍କ ମଧ୍ୟରୁ ୪ ଜଣ ଶିରିପୁର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଅଛନ୍ତି। ସେମାନଙ୍କ ବୟସ ୩୦ ଏବଂ ୩୮।  ସେହିପରି ୧୮ ବର୍ଷୀୟ ଜଣେ ଯୁବକ ଏବଂ ୫୦ ବର୍ଷୀୟ ଜଣେ ବ୍ୟକ୍ତି ଅଛନ୍ତି। ଆର୍‌ବିଆଇ ଅଫିସ ନିକଟ ଏକ ବେସରକାରୀ ସଂସ୍ଥାର ଜଣେ ୫୨ ବର୍ଷୀୟ ସିକ୍ୟୁରିଟିଗାର୍ଡ କରୋନା ଆକ୍ରାନ୍ତ ହୋଇଛନ୍ତି। ସେହିପରି ଏକ ବେସରକାରୀ ହସ୍ପିଟାଲର ୩ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ବୟସ ଯଥାକ୍ରମେ ୩୮,୪୧ ଏବଂ ୪୨।
ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ଆଉ ୧୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥମାନଙ୍କ ମଧ୍ୟରେ ସତ୍ୟନଗରର ଜଣେ ୨୭ ବର୍ଷୀୟ ଯୁବକ, ଏୟାରପୋର୍ଟ ନିକଟ ଭୀମ୍‌ପୁରର ଜଣେ ୩୪ ବର୍ଷୀୟ ଯୁବକ ଏବଂ ୬୨ ବର୍ଷୀୟା ବୃଦ୍ଧା ସୁସ୍ଥ ହୋଇଛନ୍ତି। ସାଲିଆସାହିରୁ ଜଣେ ୧୯ ବର୍ଷୀୟ ଯୁବକ ସୁସ୍ଥ ହୋଇଥିବା ବେଳେ ୪ ଜଣ ରେଳ କର୍ମଚାରୀ ସୁସ୍ଥ ହୋଇଛନ୍ତି। ସେହିପରି ଡୁମ୍‌ଡୁମାର ଏଚ୍‌ବି କଲୋନୀର ଜଣେ ୪୫ ବର୍ଷୀୟା ମହିଳା ଏବଂ ୧୦ ବର୍ଷର ନାବାଳକ ସୁସ୍ଥ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୨୮୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୧୪୮ ଜଣ ସୁସ୍ଥ ହୋଇଛନ୍ତି। ୧୩୧ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri