ବିଏମ୍‌ସିରେ ମିଶିଲା ୯ ନୂଆ ପାର୍କ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଭୁବନେଶ୍ୱରରେ ପାର୍କର ସୁପରିଚାଳନା ପାଇଁ ସହରାଞ୍ଚଳ କର୍ତ୍ତୃପକ୍ଷ ସ୍ବତନ୍ତ୍ର ରଣନୀତି କରିଛନ୍ତି। ପାର୍କଗୁଡ଼ିକର ଆୟତନ ଅନୁସାରେ ଏହାର ଶ୍ରେଣୀଭୁକ୍ତ କରାଯାଇଛି। ଏହି ଅନୁସାରେ ଅଧ ଏକରରୁ କମ୍‌ ପରିସୀମା ଥିବା ପାର୍କଗୁଡ଼ିକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ତତ୍ତ୍ୱାବଧାନରେ ଏବଂ ଅଧ ଏକରରୁ ଅଧିକ ପରିସୀମା ଥିବା ପାର୍କଗୁଡ଼ିକ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ତତ୍ତ୍ୱାବଧାନରେ ରଖିବାକୁ ବିଏମ୍‌ସି କମିଶନର ତଥା ବିଡିଏର ଉପାଧ୍ୟକ୍ଷ ସଞ୍ଜୟ କୁମାର ସିଂହ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଭିତ୍ତିକରି ବିଡିଏରୁ ୯ଟି ପାର୍କ ବିଏମ୍‌ସିକୁ ହସ୍ତାନ୍ତର କରାଯାଇଛି।

ବର୍ତ୍ତମାନ ବିଏମ୍‌ସି ତତ୍ତ୍ୱାବଧାନରେ ମୋଟ୍‌ ୬୨ଟି କଲୋନୀ ପାର୍କ ରହିଥିବା ବେଳେ ସେଗୁଡ଼ିକ ମଧ୍ୟରୁ ୨୯ଟି ପାର୍କ ନର୍ଥ ଜୋନ୍‌ରେ, ୧୯ଟି ଦକ୍ଷିଣ-ପଶ୍ଚିମ ଜୋନ୍‌ରେ ଏବଂ ୧୪ଟି ଦକ୍ଷିଣ-ପୂର୍ବ ଜୋନ୍‌ରେ ରହିଛି। ତେବେ ଏଗୁଡ଼ିକର ପରିଚାଳନା ଗୋଷ୍ଠୀଭିତ୍ତିକ କରାଯାଇ ପବ୍ଲିକ୍‌ ପ୍ରାଇଭେଟ୍‌ ପାର୍ଟନର୍‌ସିପ୍‌ ବା ପିପିପି ମୋଡ୍‌ରେ ସଫଳତା ଲାଭ କରିଛି। ୬୨ଟି ପାର୍କ ମଧ୍ୟରୁ ୨୨ଟି ପାର୍କ ମିଶନ୍‌ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପରିଚାଳନାରେ ରହିଥିବା ବେଳେ ଏଥିରୁ ୧୮ଟି ପାର୍କ ଅବାସିକ କଲ୍ୟାଣ ସଂଘ ବା ଆର୍‌ଡବ୍ଲ୍ୟୁଏ ମାଧ୍ୟମରେ ପରିଚାଳନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri