୯ ପଞ୍ଚାୟତ ଚାଷୀଙ୍କୁ ମିଳିନି ଫସଲବୀମା

ଛତ୍ରପୁର,୧୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଗତବର୍ଷ ଧାନ ଅମଳ ସମୟରେ ଅଦିନିଆ ବର୍ଷା ଫଳରେ ଅଧିକାଂଶ ଧାନ ଫସଲ ନଷ୍ଟ ହୋଇଯାଇଥିଲା। ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଭେ କରି ରିପୋର୍ଟ ଦେବା ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ମିଳିଥିଲା। କ୍ଷତିଗ୍ରସ୍ତ ଚାଷୀ ଲକ୍ଷାଧିକ ଟଙ୍କା ପ୍ରିମିୟମ୍‌ ଦେଇ ଫସଲ ବୀମା କରିଥିଲେ। କୃଷି, ରାଜସ୍ବ ଓ ଷ୍ଟାଟିଷ୍ଟକାଲ ବିଭାଗ ମିଳିତ ଭାବେ କ୍ରପ୍‌ କଟିଂ କରି ରିପୋର୍ଟ ଦେଇଥିଲେ। ମାତ୍ର ବୀମା କମ୍ପାନୀ ଚଞ୍ଚକତା କରି ସେଥିରୁ ଗଞ୍ଜାମ ଜିଲାର ୯ ପଞ୍ଚାୟତର କ୍ଷତିଗ୍ରସ୍ତ ଚଷୀଙ୍କୁ ଫସଲବୀମା ସହାୟତା ଦେଇନଥିବା ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଅଭିଯୋଗ ହୋଇଛି।
ମହାସଭା ପକ୍ଷରୁ ବାରମ୍ବାର କ୍ଷତିଗ୍ରସ୍ତ ଚାଷୀଙ୍କୁ ଫସଲ ବୀମା ସହାୟତା ଦେବା ପାଇଁ ଲିଖିତ ଭାବେ ଦାବିପତ୍ର ଦିଆଯାଇଥିଲା। ତଥାପି ଏପର୍ଯ୍ୟନ୍ତ ସେମାନଙ୍କୁ ଫସଲବୀମା ସହାୟତା ମିଳିନି। ଫସଲବୀମା ସହାୟତାରୁ ବାଦ୍‌ ପଡ଼ିଥିବା ପଞ୍ଚାୟତ ମଧ୍ୟରେ ଛତ୍ରପୁର ବ୍ଲକ୍‌ ବଡ଼ମାଧପୁର, ରଙ୍ଗେଇଲୁଣ୍ଡା ବ୍ଲକ୍‌ କେଳାଥି ଗାଁ, ଲୁଡ଼ିଗାଁ, ମାଣ୍ଡରାଜପୁର, ବୁଗୁଡ଼ା ବ୍ଲକ୍‌ର ଶଙ୍କୁରୁ ଓ କରଚୁଲୀ, ସାନଖେମୁଣ୍ଡି ବ୍ଲକ୍‌ର ଗାଙ୍ଗପୁର ଏବଂ କବିସୂର୍ଯ୍ୟନଗର ବ୍ଲକ୍‌ର ଆମ୍ବପୁଆ ଓ ନନ୍ଦିଆଗୁଡ଼ା ପଞ୍ଚାୟତ ରହିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ମହାସଭା ପକ୍ଷରୁ ଏ ସମ୍ପର୍କରେ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସ୍ମାରକପତ୍ର ପ୍ରଦାନ ବେଳେ ମହାସଭାର ସମ୍ପାଦକ ସିମାଞ୍ଚଳ ନାହାକ, ରମେଶ ଚନ୍ଦ୍ର କର, ଆର୍‌ ସହଦେବ ରେଡ୍ଡୀ, ଏସ୍‌ ଯୁଦ୍ଧିଷ୍ଠୀର ରେଡ୍ଡୀ, ଭାଗିରଥି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?