ଦିନକରେ ବାହାରିଲେ ୯ ପଜିଟିଭ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ଗୋଟିଏ ଦିନରେ ୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି। ସେହିପରି ଅଦ୍ୟାବଧି ୮୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୯ ମାମଲା ସକ୍ରିୟ ରହିଛି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଓଡ଼ାପଡ଼ା ବ୍ଲକ ଇନ୍ଦିପୁର ସଙ୍ଗରୋଧ କେନ୍ଦ୍ରର ୨, ଅଙ୍କରାନ୍ତିପୁର ସଙ୍ଗରୋଧ କେନ୍ଦ୍ରରୁ ଜଣେ, ପରଜଙ୍ଗ ବ୍ଲକ କୁମୁସୀ ସଙ୍ଗରୋଧ କେନ୍ଦ୍ରରୁ ୨, ଗଁଦିଆ ବ୍ଲକ କରମୂଳ ସଙ୍ଗରୋଧ କେନ୍ଦ୍ରରୁ ଜଣେ, ଭୁବନ ଏନ୍‌ଏସିସ୍ଥିତ ମହିଳା ମହାବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଜଣେ ଅଛନ୍ତି। ସେହିପରି ଅନ୍ୟ ୨ ଆକ୍ରାନ୍ତ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ମଧ୍ୟରୁ ୪ଜଣ ପଶ୍ଚିମବଙ୍ଗ, ଏବଂ ଅନ୍ୟ ୩ଜଣ ଯଥାକ୍ରମେ ହରିୟାଣା, ଗୁଜରାଟ ଏବଂ ମହାରାଷ୍ଟ୍ର ଫେରନ୍ତା। ସେହିପରି ୨ଜଣ ପୂର୍ବରୁ ଚିହ୍ନଟ ହୋଇଥିବା ଅକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିଲେ। ଗତ ୧୫ ତାରିଖରେ ସମସ୍ତଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା। ୧୭ ତାରିଖ ସନ୍ଧ୍ୟାରେ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସମସ୍ତଙ୍କୁ ଜିଲା କୋଭିଡ୍‌ ହସ୍ପିଟାଲକୁ ପଠାଇ ଦିଆଯାଇଛି।
ଅନ୍ୟପଟେ ଗଁଦିଆ ବ୍ଲକ କରମୂଳ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳ, ଆଖାପାଖ ବଜାର ଏବଂ ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନକୁ ବିଶୋଧନ କରାଯାଉଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ସଂକ୍ରମଣ ଭୟରେ ଚାଷୀମାନେ ଚାଷକାର୍ଯ୍ୟ କରିବାକୁ ଯାଉ ନ ଥିବାରୁ କୃଷିକାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ଏ ସମ୍ପର୍କରେ ସରପଞ୍ଚ ରାଜେଶ ନାୟକ କୁହନ୍ତି, ବିଶୋଧନ ପାଇଁ ଅଗ୍ନିଶମ ବିଭାଗକୁ ଯୋଗାଯୋଗ କରାଯାଇଥିଲା। ସେମାନେ ରବିବାର ଆସି ବିଶୋଧନ କରିବାକୁ ସମୟ ଦେଇଛନ୍ତି। ସୂଚନାଯୋଗ୍ୟ, କରମୂଳ ସଙ୍ଗରୋଧ କେନ୍ଦ୍ରରୁ ୩ଦିନରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri