ଦିନକରେ ବାହାରିଲେ ୯ ପଜିଟିଭ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ଗୋଟିଏ ଦିନରେ ୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି। ସେହିପରି ଅଦ୍ୟାବଧି ୮୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୯ ମାମଲା ସକ୍ରିୟ ରହିଛି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଓଡ଼ାପଡ଼ା ବ୍ଲକ ଇନ୍ଦିପୁର ସଙ୍ଗରୋଧ କେନ୍ଦ୍ରର ୨, ଅଙ୍କରାନ୍ତିପୁର ସଙ୍ଗରୋଧ କେନ୍ଦ୍ରରୁ ଜଣେ, ପରଜଙ୍ଗ ବ୍ଲକ କୁମୁସୀ ସଙ୍ଗରୋଧ କେନ୍ଦ୍ରରୁ ୨, ଗଁଦିଆ ବ୍ଲକ କରମୂଳ ସଙ୍ଗରୋଧ କେନ୍ଦ୍ରରୁ ଜଣେ, ଭୁବନ ଏନ୍‌ଏସିସ୍ଥିତ ମହିଳା ମହାବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଜଣେ ଅଛନ୍ତି। ସେହିପରି ଅନ୍ୟ ୨ ଆକ୍ରାନ୍ତ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ସେମାନଙ୍କ ମଧ୍ୟରୁ ୪ଜଣ ପଶ୍ଚିମବଙ୍ଗ, ଏବଂ ଅନ୍ୟ ୩ଜଣ ଯଥାକ୍ରମେ ହରିୟାଣା, ଗୁଜରାଟ ଏବଂ ମହାରାଷ୍ଟ୍ର ଫେରନ୍ତା। ସେହିପରି ୨ଜଣ ପୂର୍ବରୁ ଚିହ୍ନଟ ହୋଇଥିବା ଅକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିଲେ। ଗତ ୧୫ ତାରିଖରେ ସମସ୍ତଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା। ୧୭ ତାରିଖ ସନ୍ଧ୍ୟାରେ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସମସ୍ତଙ୍କୁ ଜିଲା କୋଭିଡ୍‌ ହସ୍ପିଟାଲକୁ ପଠାଇ ଦିଆଯାଇଛି।
ଅନ୍ୟପଟେ ଗଁଦିଆ ବ୍ଲକ କରମୂଳ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳ, ଆଖାପାଖ ବଜାର ଏବଂ ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନକୁ ବିଶୋଧନ କରାଯାଉଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ସଂକ୍ରମଣ ଭୟରେ ଚାଷୀମାନେ ଚାଷକାର୍ଯ୍ୟ କରିବାକୁ ଯାଉ ନ ଥିବାରୁ କୃଷିକାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ଏ ସମ୍ପର୍କରେ ସରପଞ୍ଚ ରାଜେଶ ନାୟକ କୁହନ୍ତି, ବିଶୋଧନ ପାଇଁ ଅଗ୍ନିଶମ ବିଭାଗକୁ ଯୋଗାଯୋଗ କରାଯାଇଥିଲା। ସେମାନେ ରବିବାର ଆସି ବିଶୋଧନ କରିବାକୁ ସମୟ ଦେଇଛନ୍ତି। ସୂଚନାଯୋଗ୍ୟ, କରମୂଳ ସଙ୍ଗରୋଧ କେନ୍ଦ୍ରରୁ ୩ଦିନରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri