ଗୋହିରା ଡ୍ୟାମ୍‌ ଜଳରେ ଭାସିଯାଇଥିବା ୯ ଉଦ୍ଧାର

ରିଆମାଳ/ଦେବଗଡ଼,୮।୧୦ (ଡି.ଏନ୍‌.ଏ.): ଦେବଗଡ ଜିଲାର ଗୋହିରା ଡ୍ୟାମର ଜଳ ନିଷ୍କାସନ ବେଳେ ଭାସିଯାଇଥିବା ୯ଜଣ ଉଦ୍ଧାର ହୋଇଛନ୍ତି। ଶୁକ୍ରବାର ତଳମୁଣ୍ଡରେ ଗୋହିରା ନାଳରେ ଫଟୋ ଉଠାଇବାକୁ ଯାଇଥିବା ୫ଜଣ ଓ ଗାଧୋଇବାକୁ ଯାଇଥିବା ୪ଜଣ ଭାସିଯାଇଥିଲେ। ଭାସିଯାଇଥିବା ସମସ୍ତେ ରିଆମାଳ ଥାନା କଂସରଫାଣ୍ଡି ଦୁଧିଆନାଳୀ ପଞ୍ଚାୟତ ଅନ୍ତର୍ଗତ ଜାମ୍ବୁନାଳୀ ଗ୍ରାମର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗୋହିରା ଡ୍ୟାମ କର୍ମଚାରୀ ସକାଳ ୭ଟା ବେଳେ ଜଳ ନିଷ୍କାସନ ପାଇଁ ସାଇରନ ସୂଚନା ପ୍ରଦାନ କରିଥିଲେ। ୮ଟା ସମୟରେ ୫ଟି ଗେଟ୍‌ରୁ ଗୋଟିଏ ଗେଟ୍‌ ଖୋଲିଥିଲେ। ସେହି ସମୟରେ ଗୋହିରାର ତଳ କେନାଲରେ ଜାମ୍ବୁନାଳୀ ଗ୍ରାମର ଗୋଟିଏ ସ୍ଥାନରେ ୫ଜଣ ଫଟୋ ଉଠାଉଥିଲେ। ସେହି ନିକଟରେ ଆଉ ଏକ ସ୍ଥାନରେ ୪ଜଣ ଗାଧୋଉଥିଲେ । ଏମାନେ ଜଳ ନିଷ୍କାସନ ସୂଚନା ଜାଣି ନ ଥିଲେ। ଗେଟ୍‌ ଖୋଲିବା ପରେ ପ୍ରଖର ସ୍ରୋତରେ ଜଳ କେନାଲ ଦେଇ ଆସିଥିଲା । ଫଳରେ ସମସ୍ତେ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇ ଜଣ କୌଶଳ କ୍ରମେ ଉପରକୁ ଉଠି ଆସି ଚିତ୍କାର କରିଥିଲେ। ଫଳରେ ସ୍ଥାନୀୟ ଲୋକ ଦୌଡି ଆସି ଜଣକୁ ଉଦ୍ଧାର କରିବାର ସକ୍ଷମ ହୋଇଥିଲେ। ସେମାନେ ଅଗ୍ନିଶମ ବାହିନୀ ଓ ଫାଣ୍ଡିକୁ ଫୋନ କରିଥିଲେ  । ଖବରପାଇ ଗୋହିରା କର୍ମଚାରୀ ଗେଟ୍‌ ବନ୍ଦ କରିଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ଆଉ ୬ଜଣକୁ ଉଦ୍ଧାର କରିଥିଲେ ା ସମସ୍ତେ ସୁସ୍ଥଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri