Posted inଖେଳ

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ ସମୟରେ ଗୋଟିଏ ବଲ୍‌ରେ ନଅ ରନ କରିଥିଲା। ଆଫଗାନିସ୍ତାନ ଅଧିନାୟକ ମେହବୁବ ଖାନ ହରାରେ ସ୍ପୋର୍ଟସ କ୍ଲବରେ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆଫଗାନିସ୍ତାନର ଓପନରମାନେ ଭଲ ଆରମ୍ଭ କରିଥିଲେ। ୧୭ତମ ଓଭର ବୋଲିଂ କରିଥିବା ଦୀପେଶ ଦେବେନ୍ଦ୍ରନ ଶେଷ ବଲ୍‌ରେ ଆଫଗାନିସ୍ତାନର ସ୍କୋରରେ ନଅ ରନ ଯୋଡ଼ିଥିଲେ। ଏହା କିପରି ହେଲା ଆସନ୍ତୁ ଜାଣିବା।

ଦୀପେଶ ଓଭରର ପାଞ୍ଚଟି ବଲ୍‌ରେ କେବଳ ଗୋଟିଏ ରନ ଦେଇଥିଲେ। ଶେଷ ବଲ କିନ୍ତୁ ନାଟକୀୟ ମୋଡ଼ ଆଣିଥିଲା। ଆଫଗାନ ବ୍ୟାଟର୍‌ ଫୈଜଲ ସିନୋଜାଦା ଲେଗ ସାଇଡ୍‌ରେ ଥିବା ଏହି ବଲ୍‌କୁ ସଟ ମାରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଏହା ଭାରତୀୟ ଉଇକେଟ ରକ୍ଷକ ଅଭିଜ୍ଞାନ କୁଣ୍ଡୁଙ୍କୁ ଚକ୍‌ମା ଦେଇ ପଛକୁ ଗଡ଼ି ଯାଇଥିଲା। ତା’ସହିତ ଭାରତୀୟ ଦଳ ପଡ଼ିଆରେ ରଖିଥିବା ଏକ ହେଲମେଟ୍‌ରେ ବଲ ବାଜି ସୀମାରେଖା ଅତିକ୍ରମ କରି ଯାଇଥିଲା । ଫଳରେ ଆଫଗାନିସ୍ତାନକୁ ଏକ ଚୌକା ସହ ୫ ପେନାଲ୍ଟି ରନ ମଧ୍ୟ ମିଳିଯାଇଥିଲା। ଗୋଟିଏ ବଲ୍‌ରୁ ଏହି ଦଳ ଭାଗ୍ୟ ବଳରେ ମୋଟ ୯ ରନ ପାଇଥିଲା । ଏହି କ୍ଷେତ୍ରରେ ଅମ୍ପାୟାର ଏମ୍‌ସିସି(MCC) ୨୮.୩.୨ର ଉପଯୋଗ କରିଥିଲେ। ଏହି ନିୟମ ଅନୁସାରେ, ଯଦି କ୍ଷେତ୍ରରକ୍ଷଣ କରୁଥିବା ଦଳ ପଡ଼ିଆରେ ରଖିଥିବା ହେଲମେଟ୍‌ରେ କୌଣସି କାରଣରୁ ବଲ ବାଜି ଯାଏ, ତାହେଲେ ବ୍ୟାଟିଂ କରୁଥିବା ଦଳକୁ ୫ ପେନାଲ୍ଟି ରନ ପ୍ରଦାନ କରାଯାଇଥାଏ। ଏହା ପୂର୍ବରୁ ଯଦି କୌଣସି ରନ ବ୍ୟାଟିଂ ଦଳ ଅର୍ଜନ କରିଥାଏ, ତାହେଲେ ମଧ୍ୟ ସେହି ରନକୁ ପେନାଲ୍ଟି ୫ ରନ ସହ ଯୋଡ଼ି ଦିଆଯାଇଥାଏ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri