ଟ୍ରେଣ୍ଡ୍‌ସ ପକ୍ଷରୁ ପୁରସ୍କୃତ ହେଲେ ୯ କୃତୀ ପ୍ରତିଯୋଗୀ

ଭୁବନେଶ୍ୱର,୧୭।୯: ରିଲାଏନ୍ସ ରିଟେଲ୍‌ର ପ୍ରମୁଖ ବ୍ରାଣ୍ଡ୍‌ ଟ୍ରେଣ୍ଡ୍‌ସ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ‘ଟ୍ରେଣ୍ଡସ୍‌ ସ୍ବାଗତମ୍‌ ଶ୍ରୀଗଣେଶ ପ୍ରତିଯୋଗିତା-୨୦୨୨’ର ବିଜେତା ଘୋଷଣା ସହ ବିଜେତାମାନଙ୍କୁ ସମ୍ବର୍ଦ୍ଧିତ ମଧ୍ୟ କରାଯାଇଛି। ଶୁକ୍ରବାର ସ୍ଥାନୀୟ ଶହୀଦନଗରସ୍ଥିତ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେ କାର୍ଯ୍ୟକ୍ରମରେ ଉପରୋକ୍ତ ପ୍ରତିଯୋଗିତାର ସମସ୍ତ ୯ ବିଜେତାଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଲିଉଡ୍‌ ଅଭିନେତ୍ରୀ ଭୂମିକା ଦାଶ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସେଲ୍‌ଫି ପ୍ରତିଯୋଗିତାର ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ବିଜେତା ଯାଜପୁରର ସୌଭାଗ୍ୟ ଚନ୍ଦ୍ର ସାହୁ, କଟକର ଅନନ୍ୟା ପ୍ରଧାନ ଓ ସାଲେପୁରର ଅନନ୍ୟା ମିଶ୍ରଙ୍କୁ ପୁରସ୍କୃତ କରିଥିଲେ। ସେହିଭଳି ଚିତ୍ରାଙ୍କନ ପ୍ରତିଯୋଗିତା (୫-୧୦ ବର୍ଷ ବୟସ ବର୍ଗ)ରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ବିଜେତା କଟକର ରୂପ୍‌ସା ନାୟକ,ନିମାପଡ଼ାର ସିଦ୍ଧି ବୈଷ୍ଣବୀ ଓ ଭୁବନେଶ୍ୱରର ଆଦ୍ୟାଶା ବିଶ୍ୱାଳ ପୁରସ୍କୃତ ହୋଇଛନ୍ତି। ସେହିପରି ଚିତ୍ରାଙ୍କନ ପ୍ରତିଯୋଗିତା ଅନ୍‌ ଏକ ଗ୍ରୁପ୍‌ (୧୧ବର୍ଷ ଓ ତା’ଠାରୁ ଅଧିକ ବୟସ ବର୍ଗ) ରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ବିଜେତା କଟକର ସାଗରିକା ସାମଲ, ପାରାଦୀପର ସ୍ନେହା ଚମ୍ପତି ଓ ଅନଗୋଳର ପ୍ରିୟା ନାୟକଙ୍କୁ ଷ୍ଟୋର ପକ୍ଷରୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏପରିକି ସମସ୍ତ ପ୍ରଥମ ପୁରସ୍କାର ବିଜେତା ପ୍ରତ୍ୟେକ ୩୧,୦୦୦ ଟଙ୍କାର ଜିତିଥିବା ବେଳେ ଦ୍ୱିତୀୟ ବିଜେତାମାନେ ପ୍ରତ୍ୟେକ ୨୧,୦୦୦ ଟଙ୍କା ମୂଲ୍ୟର ଏବଂ ତୃତୀୟ ବିଜେତାମାନେ ପ୍ରତ୍ୟେକ ୧୧,୦୦୦ ଟଙ୍କା ମୂଲ୍ୟର ପୁରସ୍କାର ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ...

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri