ପିପିଏରେ ନିବେଶ ହେବ ୯ ହଜାର କୋଟି ଟଙ୍କା

ପାରାଦୀପ,୨୧ା୧୦(ଶରତ ରାଉତ): ମୁମ୍ବାଇରେ ଗତ ୧୭ରୁ ଚାଲିଥିବା ୩ ଦିନିଆ ମାରିଟାଇମ୍‌ ଅମୃତକାଳ ମହୋତ୍ସବ ଗୁରୁବାର ସାରେ ଶେଷ ହୋଇଛି। ଏହି ଅବସରରେ କୁହାଯାଇଥିଲା, ୨୦୪୭ ସୁଦ୍ଧା ମାରିଟାଇମ୍‌ର କଳେବର ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଛି। ଅମୃତକାଳ ମଧ୍ୟରେ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କା ପୁଞ୍ଜି ନିବେଶ ହେବ ବୋଲି ଖସଡ଼ା ପ୍ରସ୍ତୁତ କରାଯାଇଛି। ଏଥିରେ ପିପିଏ (ପାରାଦୀପ ପୋର୍ଟ ଅଥରିଟି)ର ନୂତନ ପ୍ରକଳ୍ପ ନିମନ୍ତେ ୯ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଏ ସବୁ ପ୍ରକଳ୍ପ ମଧ୍ୟରେ ୧୦ ନିୟୁତ କ୍ଷମତାବିଶିଷ୍ଟ ଲୁହାପଥର ବୋଝେଇ ଖଲାସ ବର୍ଥ ରହିଛି। ଏହା ବିଓଟି (ବିଲ୍ଡ ଅପରେଟ୍‌ ଟ୍ରାନ୍ସଫର) ବେସିସ୍‌ରେ ହେବ। ଏଥିପାଇଁ ୬୫୫.୫୬ କୋଟି ଟଙ୍କା ପୁଞ୍ଜି ନିବେଶ ହେବ। ସେହିପରି ୧୪୩୭.୭୬ କୋଟି ଟଙ୍କା ବ୍ୟୟରେ ଇକ୍ୟୁ ୧,୨,୩ ନମ୍ବର ବର୍ଥକୁ ଯାନ୍ତ୍ରିକୀକରଣ କରାଯିବ। ଏହାଦ୍ୱାରା ବାର୍ଷିକ ୩୦ ନିୟୁତ ଟନ୍‌ ପଣ୍ୟ କାରବାର ହେବ। କୋଇଲା ବର୍ଥ ପାଇଁ ୬୫୫.୫୬ କୋଟି ଟଙ୍କା, ୮୨ କିମି ପାରାଦୀପ ହରିଦାସପୁର ରେଳଲାଇନ ବିକାଶ ପାଇଁ ୩୨୦୦ କୋଟି ଟଙ୍କା ଏବଂ ୱେଷ୍ଟର୍ନ ଡକ୍‌ ପାଇଁ ୩୦୦୪ କୋଟି ଟଙ୍କା ବ୍ୟୟ ହେବ। ଏହି ମାରିଟାଇମ୍‌ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସି ଜରିଆରେ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋୟେଲ, ସର୍ବାନନ୍ଦ ସୋନୱାଲ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ, କେନ୍ଦ୍ର ରାଜ୍ୟମନ୍ତ୍ରୀ ଶ୍ରୀପଦ ନାୟକ, ଶାନ୍ତନୁ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ପାରାଦୀପ ବନ୍ଦର କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ପୁରସ୍କୃତ ହୋଇଥିଲା। ବନ୍ଦର ଅଧ୍ୟକ୍ଷ ପି.ଏଲ. ହାରାନ୍ଧ, ଉପାଧ୍ୟକ୍ଷ ନୀଳାଭ୍ର ଦାସଗୁପ୍ତା କେନ୍ଦ୍ରମନ୍ତ୍ରୀ ଗୋୟେଲଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri