ପିପିଏରେ ନିବେଶ ହେବ ୯ ହଜାର କୋଟି ଟଙ୍କା

ପାରାଦୀପ,୨୧ା୧୦(ଶରତ ରାଉତ): ମୁମ୍ବାଇରେ ଗତ ୧୭ରୁ ଚାଲିଥିବା ୩ ଦିନିଆ ମାରିଟାଇମ୍‌ ଅମୃତକାଳ ମହୋତ୍ସବ ଗୁରୁବାର ସାରେ ଶେଷ ହୋଇଛି। ଏହି ଅବସରରେ କୁହାଯାଇଥିଲା, ୨୦୪୭ ସୁଦ୍ଧା ମାରିଟାଇମ୍‌ର କଳେବର ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଛି। ଅମୃତକାଳ ମଧ୍ୟରେ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କା ପୁଞ୍ଜି ନିବେଶ ହେବ ବୋଲି ଖସଡ଼ା ପ୍ରସ୍ତୁତ କରାଯାଇଛି। ଏଥିରେ ପିପିଏ (ପାରାଦୀପ ପୋର୍ଟ ଅଥରିଟି)ର ନୂତନ ପ୍ରକଳ୍ପ ନିମନ୍ତେ ୯ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଏ ସବୁ ପ୍ରକଳ୍ପ ମଧ୍ୟରେ ୧୦ ନିୟୁତ କ୍ଷମତାବିଶିଷ୍ଟ ଲୁହାପଥର ବୋଝେଇ ଖଲାସ ବର୍ଥ ରହିଛି। ଏହା ବିଓଟି (ବିଲ୍ଡ ଅପରେଟ୍‌ ଟ୍ରାନ୍ସଫର) ବେସିସ୍‌ରେ ହେବ। ଏଥିପାଇଁ ୬୫୫.୫୬ କୋଟି ଟଙ୍କା ପୁଞ୍ଜି ନିବେଶ ହେବ। ସେହିପରି ୧୪୩୭.୭୬ କୋଟି ଟଙ୍କା ବ୍ୟୟରେ ଇକ୍ୟୁ ୧,୨,୩ ନମ୍ବର ବର୍ଥକୁ ଯାନ୍ତ୍ରିକୀକରଣ କରାଯିବ। ଏହାଦ୍ୱାରା ବାର୍ଷିକ ୩୦ ନିୟୁତ ଟନ୍‌ ପଣ୍ୟ କାରବାର ହେବ। କୋଇଲା ବର୍ଥ ପାଇଁ ୬୫୫.୫୬ କୋଟି ଟଙ୍କା, ୮୨ କିମି ପାରାଦୀପ ହରିଦାସପୁର ରେଳଲାଇନ ବିକାଶ ପାଇଁ ୩୨୦୦ କୋଟି ଟଙ୍କା ଏବଂ ୱେଷ୍ଟର୍ନ ଡକ୍‌ ପାଇଁ ୩୦୦୪ କୋଟି ଟଙ୍କା ବ୍ୟୟ ହେବ। ଏହି ମାରିଟାଇମ୍‌ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସି ଜରିଆରେ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋୟେଲ, ସର୍ବାନନ୍ଦ ସୋନୱାଲ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ, କେନ୍ଦ୍ର ରାଜ୍ୟମନ୍ତ୍ରୀ ଶ୍ରୀପଦ ନାୟକ, ଶାନ୍ତନୁ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ପାରାଦୀପ ବନ୍ଦର କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ପୁରସ୍କୃତ ହୋଇଥିଲା। ବନ୍ଦର ଅଧ୍ୟକ୍ଷ ପି.ଏଲ. ହାରାନ୍ଧ, ଉପାଧ୍ୟକ୍ଷ ନୀଳାଭ୍ର ଦାସଗୁପ୍ତା କେନ୍ଦ୍ରମନ୍ତ୍ରୀ ଗୋୟେଲଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri