Posted inଜାତୀୟ

୯ କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ: ରାଜ୍ୟପାଳଙ୍କୁ ଟାର୍ଗେଟ କଲେ ଶିକ୍ଷାମନ୍ତ୍ରୀ…

ଥିରୁଭାନନ୍ତପୁରମ୍‌,୨୪।୧୦ : କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କ ନଅ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଥିବାରୁ ରାଜ୍ୟରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆହୁରି ତୀବ୍ର ହୋଇଛି। ଶାସକ ବାମପନ୍ଥୀ ଗଣତାନ୍ତ୍ରିକ ଫ୍ରଣ୍ଟ(ଏଲଡିଏଫ୍‌) ଏହାକୁ ବିରୋଧ କରିଛି। ଏହାକୁ ନେଇ ରାଜ୍ୟପାଳଙ୍କୁ ରାଜ୍ୟ ଶିକ୍ଷା ମନ୍ତ୍ରୀ ଆର ବିନ୍ଦୁ କହିଛନ୍ତି ଯେ ଏହି ନିର୍ଦ୍ଦେଶ ଏକ ଦୁର୍ଭାଗ୍ୟଜନକ ପରିସ୍ଥିତି ସୃଷ୍ଟି କରିଛି।

ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ନିୟମକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଆଦେଶକୁ ଦୃଷ୍ଟିରେ ରଖି କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ରାଜ୍ୟର ନଅ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ସୋମବାର ସକାଳେ ଇସ୍ତଫା ଦେବାକୁ କହିଛନ୍ତି।

କେରଳ ଉଚ୍ଚଶିକ୍ଷା ମନ୍ତ୍ରୀ ଆର ବିନ୍ଦୁ ଏହି ପଦକ୍ଷେପକୁ ନିନ୍ଦା କରି କହିଛନ୍ତି ଯେ ଇତିହାସରେ ଦେଶର କୌଣସି ରାଜ୍ୟପାଳ ଏପରି କାର୍ଯ୍ୟ କରିଛନ୍ତି କି? ଏହା ସରକାରୀ କାର୍ଯ୍ୟକଳାପରେ ହସ୍ତକ୍ଷେପ କରିବାର ପ୍ରୟାସ।ଆମର ବିଶ୍ୱବିଦ୍ୟାଳୟଗୁଡିକ ଅସାଧାରଣ ସଫଳତା ହାସଲ କରୁଛନ୍ତି କିନ୍ତୁ ରାଜ୍ୟପାଳଙ୍କ ଏହି ପଦକ୍ଷେପ ଯୋଗୁଁ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇଛି ।

ଯେଉଁ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳପତିମାନେ ଇସ୍ତଫା ଦେବାକୁ କୁହାଯାଇଛି, ସେସବୁ ମଧ୍ୟରେ କେରଳ ବିଶ୍ୱବିଦ୍ୟାଳୟ, ମହାତ୍ମା ଗାନ୍ଧୀ ବିଶ୍ୱବିଦ୍ୟାଳୟ, କୋଚିନ ବିଶ୍ୱବିଦ୍ୟାଳୟ ଅଫ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି, କନ୍ନୁର ବିଶ୍ୱବିଦ୍ୟାଳୟ, ଏପିଜେ ଅବଦୁଲ କଲାମ ବୈଷୟିକ ବିଶ୍ୱବିଦ୍ୟାଳୟ, ଶ୍ରୀ ଶଙ୍କାରାଚାର୍ଯ୍ୟ ସଂସ୍କୃତ ବିଶ୍ୱବିଦ୍ୟାଳୟ, କାଲିକଟ ବିଶ୍ୱବିଦ୍ୟାଳୟ ଏବଂ ଥୁଞ୍ଜଥ ଏଜୁଥାଚାନ ମାଲାୟାଲମ ବିଶ୍ୱବିଦ୍ୟାଳୟ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri