Posted inଜାତୀୟ

ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ

ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥିମଧ୍ୟରୁ ୧୮ ପ୍ରତିଶତ ପ୍ରାର୍ଥୀ ନିଜ ନାଁରେ ଆପରାଧିକ ମାମଲା ଥିବା ନେଇ ନାମାଙ୍କନ ପତ୍ର ଦାଖଲ ସମୟରେ ଦେଇଥିବା ସତ୍ୟପାଠରେ ଦର୍ଶାଇଛନ୍ତି। ସେହିପରି ତୃତୀୟ ପର୍ଯ୍ୟାୟରେ ସମୁଦାୟ ୧୩୫୨ ପ୍ରାର୍ଥୀଙ୍କ ମଧ୍ୟରୁ ୯ ପ୍ରତିଶତ ଅର୍ଥାତ ୧୨୩ ମହିଳା ପ୍ରାର୍ଥୀ ରହିଛନ୍ତି। ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ ରିଫର୍ମସ(ଏଡିଆର) ଓ ନ୍ୟାଶ୍‌ନାଲ ଇଲେକ୍ସନ ଓ୍ବାଚ୍‌ ଦ୍ୱାରା ତୃତୀୟ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ବିଶ୍ଳେଷଣରୁ ଏହି ତଥ୍ୟ ସାମ୍‌ନାକୁ ଆସିଛି। ତୃତୀୟ ପର୍ଯ୍ୟାୟରେ ୧୮ ପ୍ରତିଶତ ଅର୍ଥାତ ୨୪୪ ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା ରୁଜୁ ହୋଇଛି। ୨ ମୁଖ୍ୟ ଜାତୀୟ ଦଳ ଭାଜପାର ୨୭ ପ୍ରତିଶତ ଓ କଂଗ୍ରେସର ୩୮ ପ୍ରତିଶତ ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା ରହିଛି। ସେହିପରି ହତ୍ୟା ପରି ସଙ୍ଗିନ ମାମଲା ୨୯ ଜଣ ପ୍ରାର୍ଥୀଙ୍କ ନାଁରେ ରହିଥିବାବେଳେ ମହିଳାଙ୍କ ପ୍ରତି ଅପରାଧ ମାମଲା ୩୮ ଜଣ ପ୍ରାର୍ଥୀଙ୍କ ବିରୋଧରେ ରହିଛି। ଅନ୍ୟପକ୍ଷରେ ତୃତୀୟ ପର୍ଯ୍ୟାୟରେ ୨୯ ପ୍ରତିଶତ ଅର୍ଥାତ ୩୯୨ ଜଣ ପ୍ରାର୍ଥୀ କୋଟିପତି ରହିଛନ୍ତି। ଏହି ପର୍ଯ୍ୟାୟରେ ଭାଜପା ପକ୍ଷରୁ ୯୪ ପ୍ରତିଶତ କୋଟିପତି ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ କଂଗ୍ରେସ ପକ୍ଷରୁ ୮୮ ପ୍ରତିଶତ କୋଟିପତି ପ୍ରାର୍ଥୀ ରହିଛନ୍ତି। ତୃତୀୟ ପର୍ଯ୍ୟାୟରେ ପ୍ରତି ପ୍ରାର୍ଥୀଙ୍କ ହାରାହାରି ସମ୍ପତ୍ତି ୫.୬୬ କୋଟି ରହିଛି। ପ୍ରତି ଭାଜପା ପ୍ରାର୍ଥୀଙ୍କ ହାରାହାରି ସମ୍ପତ୍ତି ୪୪.୦୭ କୋଟି ହୋଇଥିବାବେଳେ କଂଗ୍ରେସର ପ୍ରତି ପ୍ରାର୍ଥୀଙ୍କ ହାରାହାରି ସମ୍ପତ୍ତି ୨୦.୫୯ କୋଟି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭॥୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri