ତାମିଲନାଡୁରେ ଫସିଛନ୍ତି ୯ ଶ୍ରମିକ: ଉଦ୍ଧାର ପାଇଁ ଜିଲାପାଳଙ୍କୁ ଗୁହାରି

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲାକୁ ଦାଦନ ଶ୍ରମିକ ସମସ୍ୟା ପିଛା ଛାଡୁନି। ଅଧିକାଂଶ ଲୋକ ନିଜ ଅଞ୍ଚଳରେ ମନ ପସନ୍ଦର କାମ ପାଉନାହାନ୍ତି। ତେଣୁ ବାଧ୍ୟ ହୋଇ ଦାଦନ ଶ୍ରମିକ ଭାବେ ଅନ୍ୟ ଜିଲାକୁ ଚାଲି ଯାଉଛନ୍ତି। ଦାଦନ ଶ୍ରମିକ ସମସ୍ୟା ଦୂର ପାଇଁ ସରକାର ପ୍ରତିଶ୍ରୁତି ଦେଉଛନ୍ତି। କିନ୍ତୁ ଦିନକୁ ଦିନ ଜିଲାରେ ଦାଦନ ଶ୍ରମିକ ସଂଖ୍ୟା ବଢିବାରେ ଲାଗିଛି। ଏହିଭଳି ପରିସ୍ଥିତିରେ ଅନେକ ସମୟରେ କର୍ମକ୍ଷେତ୍ରରେ ଦାଦନ ଶ୍ରମିକ ମାନେ ନିର୍ଯାତନାର ଶିକାର ହେଉଛନ୍ତି।
ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଏନ ଏ ସି ୱାର୍ଡ ନମ୍ବର୍‌ ୧୦ର ଦୁଇଜଣ ନାବାଳକ ସମେତ ୯ ଜଣ ତାମିଲନାଡୁ ର ଏକ ବିସ୍କୁଟ କମ୍ପାନୀରେ କାମ କରିବା ପାଇଁ ଗତ ଏପ୍ରିଲ ମାସରେ ଯାଇଥିଲେ। କର୍ମକ୍ଷେତ୍ରରେ କମ୍ପାନୀ ପକ୍ଷରୁ ସେମାନଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ଖାଇବାକୁ ଠିକ ଭାବେ ଦିଆଯାଉନାହିଁ। ପାରିଶ୍ରମିକ ମଧ୍ୟ ମିଳୁନାହିଁ। ମାଡ ମରାଯାଉଛି। ପରିବାର ଲୋକଙ୍କ ସହ ଠିକ ଭାବେ ଯୋଗାଯୋଗ ମଧ୍ୟ କରି ପାରୁନାହାନ୍ତି ବୋଲି ଅଭିଯୋଗ ହେଉଛି।
ତେଣୁ ସୋମବାର ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ
ସଂପୃକ୍ତ ୱାର୍ଡ଼ ବାସିନ୍ଦା ସୁଭଦ୍ରା ନାୟକ ଜିଲାପାଳଙ୍କୁ ଭେଟି ସେମାନଙ୍କୁ ଉଦ୍ଧାର କରିବା ପାଇଁ ନିବେଦନ କରିଥିଲେ। ଜିଲାପାଳ ଏନେଇ ପଦକ୍ଷେପ ନେବାକୁ ଜିଲା ଶ୍ରମ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ପୁର୍ବରୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସୂଚନା ପାଇ ଉପଜିଲାପାଳ ଉମା ଶଙ୍କର ବେହେରାଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ବିଧାୟକ ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଏହି ସମୟରେ ଏନଏସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, କାଉନସିଲର ଉପେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?