ମିଳିତ ଜନଶୁଣାଣିରେ ୯୦ ଅଭିଯୋଗ ପଞ୍ଜୀକୃତ: ଦିବ୍ୟାଙ୍ଗଙ୍କୁ ଦିଆଗଲା ଟ୍ରାଇସାଇକେଲ

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଥିଲା। ସାନଖେମୁଣ୍ଡି ବିଡ଼ିଓ ଜୀତେନ୍ଦ୍ର କୁମାର ମିଶ୍ର ଙ୍କ ତତ୍ତାବଧାନରେ ଆୟୋଜିତ ଜନଶୁଣାଣିରେ ଗଞ୍ଜାମ ଜିଲାପାଳ ଭି . କୀର୍ତ୍ତି ଭାସନ, ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା,ବ୍ରହ୍ମପୁର ଉପ ଜିଲାପାଳ ଅବିନାଶ କୁମାର,ସାନଖେମୁଣ୍ଡି ବ୍ଲକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ର, ଉପାଧ୍ୟକ୍ଷା ରିଙ୍କି ନାହାକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣି କରିଥିଲେ।

ଜନଶୁଣାଣିରେ ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ୨୬ଟି ପଞ୍ଚାୟତରୁ ସର୍ବମୋଟ ୯୦ଟି ଅଭିଯୋଗ ପତ୍ର ଦାଖଲ ହୋଇଥିଲା । ସେଥିମଧ୍ୟରୁ ରାସନ କାର୍ଡ, ଆବାସ ଗୃହ, ବାର୍ଦ୍ଧକ୍ୟ ଭତ୍ତା ଭଳି ବ୍ୟକ୍ତିଗତ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ଅଭିଯୋଗ କରିବାକୁ ଆସିଥିବା ୩ ଜଣ ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିବାବେଳେ ଜଣଙ୍କୁ ରେଡକ୍ରସ ତରଫରୁ ଚିକିତ୍ସା ନିମନ୍ତେ ୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା। ସାହାସପୁର ପଞ୍ଚାୟତ ସମିତି ସଭ୍ୟ ପ୍ରତିନିଧି କୈଳାସ ପାତ୍ର ଏବଂ ଗ୍ରାମବାସୀ ସାହାସପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଡାକ୍ତର ଓ ଫାର୍ମାସିଷ୍ଟ ନିଯୁକ୍ତି , ଆମ୍ବଠା ଗ୍ରାମ ରୋଡଠାରୁ ସାହାସପୁର ରାସ୍ତାର ପ୍ରଶସ୍ତିକରଣ ଓ ମରାମତି କରାଯିବା। ମେଗା ପାନୀୟଜଳ ପ୍ରକଳ୍ପ ଦାରା ତିତିଖଣ୍ଡି ଓ ସାହାସପୁର ଗ୍ରାମକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ଜିଲାପାଳଙ୍କୁ ନିବେଦନ କରିଥିଲେ। ବିଭିନ୍ନ ପଞ୍ଚାୟତ ରେ ଭିବି- ଜି ରାମ ଜି ଏବଂ ପୂର୍ବରୁ ଏମଜିଏନଆରଜିଏସ ଯୋଜନାରେ କାର୍ଯ୍ୟ କରିଥିବା ବହୁ ସଂଖ୍ୟକ ଠିକାଦାର ଓ ଜନପ୍ରତିନିଧି ମାନେ ବହୁଦିନ ହେଲା ମେଟେରିଆଲ ବାବଦକୁ ପ୍ରାପ୍ୟ ଅର୍ଥରାଶି ପାଇବାରୁ ବଞ୍ଚିତ ହୋଇଥିବା ନେଇ ସମିତି ସଭ୍ୟ ଜନାର୍ଦ୍ଦନ ପଲାଇଙ୍କ ସହ ଅନ୍ୟ କିଛି ସମିତି ସଭ୍ୟ, ସରପଞ୍ଚ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥଲେ। ଯଥା ଶୀଘ୍ର ସମସ୍ୟା ଉପରେ ଆଲୋଚନା କରି ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲାପାଳ ଉପସ୍ଥିତ ଜିଲା ମୂଖ୍ୟ ଉନ୍ନୟନ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ନେଇ ଜିଲାପାଳ ଶୁଣିବା ପରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଗ୍ରାମାଞ୍ଚଳ ମାନଙ୍କରେ ନିରନ୍ତର ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେବା ସହ ବିଭିନ୍ନ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଉପସ୍ଥିତ ଜିଲା ସ୍ତରୀୟ ଅଧିକାରୀ ଏବଂ ବ୍ଲକ କାର୍ଯ୍ୟାଳୟର ବିଭିନ୍ନ ବିଭାଗୀୟ ଅଧିକାରୀ ବୃନ୍ଦ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

ଅଭିଯୋଗ ଶୁଣାଣିରେ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ବୃନ୍ଦ, କୃଷି,ଗ୍ରାମ୍ୟ ଉନ୍ନୟନ, ବନ ବିଭାଗ, ଉଦ୍ୟାନ ବିଭାଗ ସମେତ ଅନ୍ୟାନ୍ୟ ବିଭାଗର ଅଧିକାରୀ ଓ ଅଧିନସ୍ଥ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବ୍ଲକର ନିର୍ବାହୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଏଡିଓ, ଜିଆରଏସ ବୃନ୍ଦଙ୍କ ସମେତ ବିଭିନ୍ନ ବିଭାଗୀୟ କର୍ମଚାରୀ ଉପସ୍ଥିତ ରହି ଅଭିଯୋଗ ଶୁଣାଣି ପରିଚାଳନାରେ ସହଯୋଗ କରିଥିଲେ। ଆଇନ ଶୃଙ୍ଖଳା ଦୃଷ୍ଟିକୁ ରଖି ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କ ନେତୃତ୍ୱରେ ଫୋର୍ସ ଉପସ୍ଥିତ ଥିଲେ। ପରେ ଜିଲାପାଳଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ ବୃନ୍ଦ ପ୍ରତାପଗିରି ଗ୍ରାମସ୍ଥିତ ନବନିର୍ମିତ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ପୂଜାର୍ଚ୍ଚନା କରି ଫେରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?