ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ ଘରୋଇ ଗ୍ୟାସର ଅଭାବ ଦେଖାଯିବା ସହ ଗ୍ୟାସର କଳାବଜାର ହେବାର ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି। ଗଜପତି ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍କ୍ବାଡ୍‌ ସହିତ ସହକାରୀ ସିଏସଓ ସୁହାଂସା ଭୋଇ, ପୃଥ୍ବୀରାଜ ପ୍ରଧାନ,ବ୍ଲକ ଯୋଗାଣ ନିରୀକ୍ଷକ ସତ୍ୟନାରାୟଣ ଭୋଇଙ୍କ ମିଳିତଭାବେ ଚ଼ଢ଼ାଉରେ ବିରିକୋଟ ପଞ୍ଚାୟତ ଗ୍ରାମର ହୃଶୀକେଶ ପାଇକଙ୍କ ଘରୁ ୯୦ଟି ଘରୋଇ ସିଲିଣ୍ଡର ଜବତ କରିଥିଲେ। ସେଥି ମଧ୍ୟରୁ ଗ୍ୟାସ୍‌ ଭର୍ତ୍ତି ହୋଇଥିବା ୩୪ଟି, ଖାଲି ସିଲିଣ୍ଡର ୧୪ଟି, ଇଣ୍ଡେନ ଭର୍ତ୍ତି ଗ୍ୟାସ୍‌ ୫ଟି ଖାଲି ସିଲିଣ୍ଡର ୨୪ଟି, ଭାରତ ସିଲିଣ୍ଡର ୧୩ଟି ମୋଟ୍‌ ୯୦ଟି ସିଲିଣ୍ଡର ଜବତ କରିଥିଲେ।

ଅପରପକ୍ଷେ ମୋହନା ସଦର ମହକୁମାରେ ରହିଥିବା ବିଭିନ୍ନ ସ୍ଥାନରେ ଖୁଲମଖୁଲା ଭାବେ ଘରୋଇ ସିଲିଣ୍ଡର ବ୍ୟବହାର କରାଯାଉ ଥିବାବେଳେ ସେଥିପ୍ରତି ପ୍ରସାଶନର ନିଘା ନାହିଁ। ହୋଟେଲ, ଉଠା ଜଳଖିଆ ଦୋକାନଗୁଡ଼ିକୁ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ବ୍ୟବହାର କରିବା ପାଇଁ ସଚେତନ କରାଯାଉନାହିଁ। ଚିର ନିଦ୍ରାରେ ଜିଲାର ଖାଉଟି ବିଭାଗ ଓ ବ୍ଲକ ବିଭାଗ ଶୋଇଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି। କେବେ ଏଥିପ୍ରତି ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବେ ବୋଲି ଅଞ୍ଚଳରେ ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri