ଜଗବନ୍ଧୁ ପୋଖରୀ ହୁଡ଼ାରୁ ୯୦ଘର ଉଚ୍ଛେଦ

ବ୍ରହ୍ମପୁର ଅଫିସ,୧୦ା୧୨: ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ନିୟମ ବଳରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ବନ୍ଧ ହୁଡାରେ ରହିଥିବା ବସ୍ତିଗୁଡିକୁ ଉଚ୍ଛେଦ କରାଯାଉଛି। ଶୁକ୍ରବାର ବିଏମ୍‌ସି ଏନଫୋର୍ସମେଣ୍ଟ୍‌ ପକ୍ଷରୁ ୯ନଂ. ୱାର୍ଡ ଅନ୍ତର୍ଗତ ଜଗବନ୍ଧୁ ପୋଖରୀ ହୁଡାରେ ଥିବା ୯୦ ଘର ଉଚ୍ଛେଦ କରାଯାଇଛି।
ବସ୍ତି ବାସିନ୍ଦାଙ୍କ ମଧ୍ୟରୁ ଜଗବନ୍ଧୁ ରାଜୀବ ଆବାସରେ ୬୪ ଓ ଅଟୋନଗର ରାଜୀବ ଆବାସରେ ୨୬ଜଣଙ୍କୁ ଘର ଦିଆଯାଇଛି। ଉଚ୍ଛେଦ ସମୟରେ ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଅନ୍ୟପକ୍ଷରେ ରାଜୀବ ଆବାସ ଯୋଜନାରେ ମିଳିଥିବା ଘରଗୁଡିକରେ ପାଣି ଗଳିବା ସହ ଡ୍ରେନ ପାଣି ଘରେ ପଶୁଥିବା ବସ୍ତି ବାସିନ୍ଦାମାନେ ଅଭିଯୋଗ କରିଛନ୍ତି। ଦୀର୍ଘ ୪୦ ବର୍ଷ ଧରି ଉକ୍ତ ଅଞ୍ଚଳରେ ବସବାସ କରୁଥିବା ବସ୍ତି ବାସିନ୍ଦାଙ୍କୁ ଉପଯୁକ୍ତ ସୁବିଧା ସୁଯୋଗ ଥିବା ସ୍ଥାନରେ ଥଇଥାନ କରିବାକୁ ଦାବି ହୋଇଛି। ଶୁକ୍ରବାର ହୋଇଥିବା ଉଚ୍ଛେଦ ସମୟରେ ବିଏମସି ଡେପୁଟି କମିଶନର ବିନୋଦ କୁମାର ବେହେରା, ଆର୍ଶୀବାଦ ପରିଡା, ଏନଫୋର୍ସମେଣ୍ଟ୍‌ ଅଧିକାରୀ ତରୁଣକାନ୍ତ, ସହକାରୀ ନିର୍ବାହୀ ଯନ୍ତ୍ରୀ ନାଗେଶ୍ୱର ସୁବୁଦ୍ଧିଙ୍କ ସମେତ ଅତିରିକ୍ତ ଏସ୍‌ପି ଅସୀମ କୁମାର ପଣ୍ଡା, ଟାଉନ ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା, ଟାଉନ ଥାନାଧିକାରୀ ସୁରେଶ ତ୍ରିପାଠୀ, ବଡ ବଜାର ଥାନାଧିକାରୀ ପ୍ରଶାନ୍ତ ଭୂପତି, ବୈଦ୍ୟନାଥପୁର ଥାନାଧିକାରୀ ରାମ କୁମାର ମୁର୍ମୁ, ଗୋସାଇଁ ନୂଆଗାଁ ଥାନାଧିକାରୀ ସ୍ମୃତି ପ୍ରଭା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri