ଜୁନ୍‌ ସୁଦ୍ଧା କଟକ-ସମ୍ବଲପୁର ଜାତୀୟ ରାଜପଥର ୯୦% କାର୍ଯ୍ୟ ସରିବ

ଭୁବନେଶ୍ବର,୧୩ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ସମ୍ବଲପୁର ଜିଲା ଗସ୍ତକରି କଟକ-ସମ୍ବଲପୁର ଜାତୀୟ ରାଜପଥରେ ୪ ଲେନ୍‌ ବିଶିଷ୍ଟ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ କ୍ଷେତ୍ରୀୟ ପରିଦର୍ଶନରେ ଯାଇ ଜାତୀୟ ରାଜପଥ-୫୫ର କଟକ-ସମ୍ବଲପୁର ରାଜପଥର କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କଟକ-ସମ୍ବଲପୁର ରାଜପଥର ୩ଟି ପର୍ଯ୍ୟାୟ ତଥା କଟକ-ଅନୁଗୋଳ-୧, କଟକ-ଅନୁଗୋଳ-୨, ଅନୁଗୋଳ-ସମ୍ବଲପୁର-୩ର କାର୍ଯ୍ୟ ଦୀର୍ଘଦିନ ହେଲା ପଡ଼ି ରହିଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେବା ସହ ଦୁର୍ଘଟଣା ହେଉଥିବାରୁ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଆସନ୍ତା ମାର୍ଚ୍ଚ ସୁଦ୍ଧା ଉକ୍ତ ପଥରେ ୨ ଲେନ୍‌ କାର୍ଯ୍ୟ ଶେଷ ଏବଂ ଆସନ୍ତା ଜୁନ୍‌ ସୁଦ୍ଧା ୯୦ ପ୍ରତିଶତ କାର୍ଯ୍ୟ ଶେଷ କରିବା ନେଇ ବୈଠକରେ ଆଲୋଚନା ହୋଇଛି। ଏହାସହ ଉକ୍ତ ରାଜପଥରେ ଥିବା ପ୍ରମୁଖ ଫ୍ଲାଏଓଭର, ରିଂ ରୋଡ୍‌, ହାତୀ ଯାତାୟାତ ପାଇଁ ଅଣ୍ଡରପାସ୍‌ ଏବଂ ଯାନବାହନ ନିମନ୍ତେ ମୁଖ୍ୟ ଅଣ୍ଡରପାସ୍‌ କାର୍ଯ୍ୟ ଆସନ୍ତା ଜୁନ୍‌ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗୁରୁବାର ସକାଳେ ମୁଖ୍ୟ ଶାସନ ସଚିବ ସମ୍ବଲପୁର ଯିବା ବାଟରେ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ କ୍ଷେତ୍ରୀୟ ପରିଦର୍ଶନ କରି ଜିଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲାପାଳ ଏବଂ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ସମୀକ୍ଷା ବୈଠକରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇ, ସମ୍ବଲପୁର ଜିଲାପାଳ ଅନନ୍ୟା ଦାସ, ଆରକ୍ଷୀ ଅଧୀକ୍ଷକ ବି.ଗଙ୍ଗାଧର, ଜାତୀୟ ରାଜପଥ ସମ୍ବଲପୁର ଶାଖା ପ୍ରକଳ୍ପ ନିର୍ଦ୍ଦେଶକ କେ.ନାଗେଶ୍ୱର ରାଓ, ସିଜିଏମ୍‌ ରାମପ୍ରସାଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri