ଜୁନ୍‌ ସୁଦ୍ଧା କଟକ-ସମ୍ବଲପୁର ଜାତୀୟ ରାଜପଥର ୯୦% କାର୍ଯ୍ୟ ସରିବ

ଭୁବନେଶ୍ବର,୧୩ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ସମ୍ବଲପୁର ଜିଲା ଗସ୍ତକରି କଟକ-ସମ୍ବଲପୁର ଜାତୀୟ ରାଜପଥରେ ୪ ଲେନ୍‌ ବିଶିଷ୍ଟ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ କ୍ଷେତ୍ରୀୟ ପରିଦର୍ଶନରେ ଯାଇ ଜାତୀୟ ରାଜପଥ-୫୫ର କଟକ-ସମ୍ବଲପୁର ରାଜପଥର କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କଟକ-ସମ୍ବଲପୁର ରାଜପଥର ୩ଟି ପର୍ଯ୍ୟାୟ ତଥା କଟକ-ଅନୁଗୋଳ-୧, କଟକ-ଅନୁଗୋଳ-୨, ଅନୁଗୋଳ-ସମ୍ବଲପୁର-୩ର କାର୍ଯ୍ୟ ଦୀର୍ଘଦିନ ହେଲା ପଡ଼ି ରହିଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେବା ସହ ଦୁର୍ଘଟଣା ହେଉଥିବାରୁ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଆସନ୍ତା ମାର୍ଚ୍ଚ ସୁଦ୍ଧା ଉକ୍ତ ପଥରେ ୨ ଲେନ୍‌ କାର୍ଯ୍ୟ ଶେଷ ଏବଂ ଆସନ୍ତା ଜୁନ୍‌ ସୁଦ୍ଧା ୯୦ ପ୍ରତିଶତ କାର୍ଯ୍ୟ ଶେଷ କରିବା ନେଇ ବୈଠକରେ ଆଲୋଚନା ହୋଇଛି। ଏହାସହ ଉକ୍ତ ରାଜପଥରେ ଥିବା ପ୍ରମୁଖ ଫ୍ଲାଏଓଭର, ରିଂ ରୋଡ୍‌, ହାତୀ ଯାତାୟାତ ପାଇଁ ଅଣ୍ଡରପାସ୍‌ ଏବଂ ଯାନବାହନ ନିମନ୍ତେ ମୁଖ୍ୟ ଅଣ୍ଡରପାସ୍‌ କାର୍ଯ୍ୟ ଆସନ୍ତା ଜୁନ୍‌ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗୁରୁବାର ସକାଳେ ମୁଖ୍ୟ ଶାସନ ସଚିବ ସମ୍ବଲପୁର ଯିବା ବାଟରେ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ କ୍ଷେତ୍ରୀୟ ପରିଦର୍ଶନ କରି ଜିଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲାପାଳ ଏବଂ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ସମୀକ୍ଷା ବୈଠକରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇ, ସମ୍ବଲପୁର ଜିଲାପାଳ ଅନନ୍ୟା ଦାସ, ଆରକ୍ଷୀ ଅଧୀକ୍ଷକ ବି.ଗଙ୍ଗାଧର, ଜାତୀୟ ରାଜପଥ ସମ୍ବଲପୁର ଶାଖା ପ୍ରକଳ୍ପ ନିର୍ଦ୍ଦେଶକ କେ.ନାଗେଶ୍ୱର ରାଓ, ସିଜିଏମ୍‌ ରାମପ୍ରସାଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?