ହୋମ୍‌ ଆଇସୋଲେଶନରେ ୭୦% ଆକ୍ରାନ୍ତ

ଭୁବନେଶ୍ୱର, ୧୯। ୯(ବ୍ୟୁରୋ):  ଦେଶ ତୁଳନାରେ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି। ଓଡ଼ିଶାରେ କରୋନା ମୃତ୍ୟୁ ହାର ସାରା ଦେଶରେ କମ୍‌ ରହିଛି। ରାଜ୍ୟରେ ପ୍ରତିଦିନ ୫୦ହଜାରରୁ ଅଧିକ କୋଭିଡ୍‌ ଟେଷ୍ଟ କରାଯାଉଛି। ଆରୋଗ୍ୟ ହାର ୭୮% ଥିବାବେଳେ ମୃତ୍ୟୁ ହାର ୦.୪% ରହିଛି। ଏବେ ମଧ୍ୟ ରାଜ୍ୟର ୭୦% ଆକ୍ରାନ୍ତ ହୋମ୍‌ ଆଇସୋଲେଶନରେ ଅଛନ୍ତି। ହୋମ୍‌ ଆଇସୋଲେଶନରେ ଥିବା ଅଧିକାଂଶ ଆକ୍ରାନ୍ତ ଆରୋଗ୍ୟ ହେଉଛନ୍ତି ବୋଲି ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି।
ଶୁକ୍ରବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ଅଧିକାଂଶ ଆକ୍ରାନ୍ତ ହୋମ୍‌ ଆଇସୋଲେଶନରେ ରହିବାକୁ ପସନ୍ଦ କରୁଥିବାରୁ ସେମାନେ କିପରି ଉପଯୁକ୍ତ ସୂଚନା ଓ ସେବା ପାଇପାରିବେ ସେ ଦିଗରେ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ହୋମ୍‌ ଆଇସୋଲେଶନର ସୁବିଧା ଓ ଅସୁବିଧା ସମ୍ପର୍କରେ ଏକ ସପ୍ତାହ ଧରି ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହେବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ଅପରାହ୍ନ ସାଢ଼େ ୪ଟାରେ ବିଶେଷଜ୍ଞମାନେ ପରାମର୍ଶ ଦେବେ। ଇଚ୍ଛୁକ ବ୍ୟକ୍ତି ଡାକ୍ତରଙ୍କୁ ପ୍ରଶ୍ନ ପଚାରିପାରିବେ। ସେଥିପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ହ୍ବାଟ୍ସଆପ୍‌ ନଂ. ୯୯୩୭୫ ୬୪୦୬୬ ଜାରି କରିଛନ୍ତି। ଦୈନିକ ଅପରାହ୍ନ ୩ଟାରୁ ସାଢ଼େ ୩ଟା ମଧ୍ୟରେ ଲୋକେ ପ୍ରଶ୍ନ କରିପାରିବେ ବୋଲି ଶାଳିନୀ ପଣ୍ଡିତ କହିଛନ୍ତି।
ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନ ବରିଷ୍ଠ ଡା. ଅମରେନ୍ଦ୍ରନାଥ ମହାନ୍ତି ଉପସ୍ଥିତ ରହି କହିଲେ, ସବୁ କୋଭିଡ ରୋଗୀ ହସ୍ପିଟାଲରେ ଭର୍ତ୍ତି ହେବାର ଆବଶ୍ୟକତା ନାହିଁ। ଲକ୍ଷଣ ନ ଥିବା ଏବଂ କମ୍‌ ଲକ୍ଷଣ ଥିବା ରୋଗୀ ଘରେ ରହି ମଧ୍ୟ ଚିକିତ୍ସିତ ହୋଇପାରିବେ। ହୋମ ଆଇସୋଲେଶନରେ ଥିବାବେଳେ ଲକ୍ଷଣ ଦେଖିଲେ ପ୍ରଶାସନକୁ ଜଣାଇବା ଆବଶ୍ୟକ। ସେମାନଙ୍କୁ ଦିଆଯାଉଥିବା ମାଗଣା କିଟ୍‌ରେ ଔଷଧ, ସୂଚନା, ପୁସ୍ତିକା ଓ ଫୋନ ନମ୍ବର ଦିଆଯାଉଛି। ଘରେ ରହିଲେ ରୋଗୀ ପରିବାର ଲୋକଙ୍କଠାରୁ ଭଲ ସେବା ପାଇପାରିବେ। କିନ୍ତୁ ସେମାନେ ଯଦି ହସ୍ପିଟାଲରେ ରହିବ ଅନ୍ୟମାନଙ୍କୁ ଦେଖି ମନୋବଳ ଭାଙ୍ଗିଯିବ। ତେଣୁ ହୋମ ଆଇସୋଲେଶନରେ ରହି କୋଭିଡ୍‌ ବିରୋଧରେ ଲଢ଼େଇ ଜାରି ରଖିପାରିବା। ତେବେ ହୋମ ଆଇସୋଲେଶନରେ ଥିବାବେଳେ ଲକ୍ଷଣ ଦେଖିଲେ ପ୍ରଶାସନକୁ ଜଣାଇବାକୁ ସେ ପରାମର୍ଶ ଦେଇଥିଲେ।
ଡିଏମଇଟି ଡା. ସି.ବି.କେ. ମହାନ୍ତି କହିଲେ, ବର୍ତ୍ତମାନ ସୁଦ୍ଧା କରୋନା ଚିକିତ୍ସାର ମୂଳ ଜିନିଷ ହେଲା ପ୍ରାଥମିକ ଅବସ୍ଥାରେ ଚିହ୍ନଟ ହେବା। ଲକ୍ଷଣ ଦେଖାଗଲେ ଆକ୍ରାନ୍ତଙ୍କୁ ହସ୍ପିଟାଲ ନେଇଯିବା ଏବଂ ସାବଧାନ ହେଲେ ରୋଗରୁ ବର୍ତ୍ତିପାରିବା। କାଶିବା, ଛିଙ୍କିବା, ପଜିଟିଭ ସଂସ୍ପର୍ଶରେ ଆସିଲେ କରୋନା ସଂକ୍ରମିତ ହେବାର ଆଶଙ୍କା ରହିଛି। ୮୦ ପ୍ରତିଶତ ରୋଗୀ ଲକ୍ଷଣହୀନ। ହୋମ ଆଇସୋଲେଶନରେ ଥିବାବେଳେ ଆକ୍ରାନ୍ତ ପ୍ରଚୁର ପାଣି ପିଇବା ପାଇଁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?