Posted inଜାତୀୟ

କଶ୍ମୀର ଟୁର୍‌ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ

ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍‌ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ ବାତିଲ କରିବା ଆରମ୍ଭ କରିଛନ୍ତି। ପହଲ୍‌ଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ଦୃଷ୍ଟିରୁ ଲୋକେ ଜମ୍ମୁ-କଶ୍ମୀର ପାଇଁ ସେମାନଙ୍କ ବୁକିଂକୁ ବାତିଲ କରୁଥିବା ନେଇ ବୁଧବାର ବିଭିନ୍ନ ଟ୍ରାଭେଲ ଏଜେନ୍ସି ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀର ପାଇଁ ପ୍ରାୟ ୯୦% ଟୁର୍‌ ବୁକିଂ ବାତିଲ ହେଉଥିବା ଜଣାପଡ଼ିଛି।

ଏକ ଟ୍ରାଭେଲ ଏଜେନ୍ସିର ମାଲିକ ଦେବ୍‌ କହିଛନ୍ତି, ଅନେକ ପରିବାର ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ ଆଗୁଆ ବୁକିଂ କରିଥିଲେ। ସେମାନେ ବସ୍‌ ଏବଂ ଫ୍ଲାଇଟ ଟିକେଟଠାରୁ ଆରମ୍ଭ କରି ହୋଟେଲ ପର୍ଯ୍ୟନ୍ତ ସବୁକିଛିର ଅଗ୍ରିମ ବୁକିଂ କରିସାରିଥିଲେ। ତେବେ ପହଲ୍‌ଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ନେଇ ଖବର ଆସିବା ପରେ ସେମାନେ ନିଜ ନିଜ ବୁକିଂକୁ ବାତିଲ କରିବା ପାଇଁ ଟ୍ରାଭେଲ ଏଜେନ୍ସିଗୁଡ଼ିକୁ ଫୋନ୍‌ କରୁଛନ୍ତି ବୋଲି ଦେବ୍‌ କହିଛନ୍ତି।

ଅନ୍ୟପକ୍ଷରେ, ପହଲ୍‌ଗାମ୍‌ ଆକ୍ରମଣ ପରେ କେବଳ ବୁଧବାର ସକାଳ ୬ଟାରୁ ୧୨ଟା ମଧ୍ୟରେ ଶ୍ରୀନଗର ଏୟାରପୋର୍ଟରୁ ୨୦ଟି ଫ୍ଲାଇଟ୍‌ରେ ୩,୩୩୭ ଜଣ ଲୋକ ନିଜ ନିଜ ରାଜ୍ୟକୁ ଫେରି ଯାଇଥିବା ନେଇ କେନ୍ଦ୍ର ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମନୋହର ନାଇଡୁ କହିଛନ୍ତି। ସେହିପରି ବର୍ତ୍ତମାନ ସ୍ଥିତିରେ ବିମାନ ଭଡ଼ା ବୃଦ୍ଧି ନ କରିବାକୁ ସମସ୍ତ ଏୟାରଲାଇନ୍ସକୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri